୫ ବର୍ଷ ପରେ ଆସିଲା ନାବାଳିକ ବଳାତ୍କାର ମାମଲାର ରାୟ

ଭବାନୀପାଟଣା,୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୧୯ରେ ହୋଇଥିବା ଜଣେ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି ସ୍ମୃତିଲେଖା ବାରିକ ମାମଲାର ୧୬ଜଣଙ୍କ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତିକରି ଅଭିଯୁକ୍ତ ପୂର୍ଣଚନ୍ଦ୍ର ଓରଫ ପ୍ରଭାତ ଛତ୍ରିଆ (୨୩)ଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ବର୍ଷ ସଶ୍ରମ ଜେଲଦଣ୍ଡ ସହ ୧୫ ହଜାର ଟଙ୍କା ଜରିମାନା କରିଛନ୍ତି।

ସେହିପରି ପୀଡିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ କଳାହାଣ୍ଡି ଡିଏଲ୍‌ଏସ୍‌ଏଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଅଭିଯୁକ୍ତ ପୂର୍ଣ୍ଣଚନ୍ଦ୍ର ନାବାଳିକାଙ୍କୁ ଘରୁ ଅପହରଣ କରିନେଇ ରାୟଗଡା ଓ ପରେ ବିଶାଖାପାଟଣାରେ ରଖିଥିଲେ। ଏହି ସମୟରେ ସେ ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ ଗତ ୭ ଜାନୁୟାରୀ ୨୦୧୯ରେ ପୀଡିତାଙ୍କ ବାପା ଜୟପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପରେ ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଥିଲା। ଏହି ମାମଲାକୁ ସରକାରଙ୍କ ପକ୍ଷରୁ ସରକାରୀ ଓକିଲ ରୋହିତ କୁମାର ମିଶ୍ର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଳାନ୍ୟାସରେ ଅଟକିଛି ବସ୍‌ଷ୍ଟାଣ୍ଡ ନିର୍ମାଣ

ସୋନପୁର,୧୭।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଏକ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ ସ୍ବପ୍ନ ହୋଇ ରହିଛି। ୧୯୯୩ରେ ଏହି ଜିଲା ପ୍ରତିଷ୍ଠା ହୋଇଥିଲେ ମଧ୍ୟ...

ଆଇଜି ଅଫିସରେ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ସମ୍ବଲପୁର,୧୭।୧(ପ୍ରମୋଦ ବହିଦାର): ବରଗଡ଼଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ହୋଇଥିବା ଯୁବତୀଙ୍କୁ ଜଙ୍ଗଲରୁ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଘଟଣାର ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା...

୧୦୫ ପ୍ରକଳ୍ପରେ ୪.୮ ନିୟୁତ ଟଙ୍କା ନିବେଶ

ଭୁବନେଶ୍ୱର,୧୭।୧ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଜାତୀୟ ଷ୍ଟାର୍ଟଅପ୍‌ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କମ୍ପାନୀ...

ମୁଁ କଳାହାଣ୍ଡିର ଋଣ ପରିଶୋଧ କରିବି: ସୁରେଶ ପୂଜାରୀ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରାର ଦ୍ୱିତୀୟ ସନ୍ଧ୍ୟା, କଳାହାଣ୍ଡି ଲୋକଙ୍କ ଅବଦାନ ରାଜ୍ୟରେ ଅତୁଳନୀୟ

ଭବାନୀପାଟଣା,୧୫ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଚାଲିଥିବା ୨୭ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ବୁଧବାର ଦ୍ୱିତୀୟ ଦିନରେ ପହଞ୍ଚିଛି।...

ଟୋକନ ଅବଧି ସରିଲା, ଧାନ ବିକିବାକୁ ଚିନ୍ତାରେ ଚାଷୀ

ସଇଁତଲା,୧୭ା୧(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଧରବଗଡ଼ ପଞ୍ଚାୟତ ଅଞ୍ଚଳର ଚାଷୀମାନେ ଧାନ ବିକ୍ରୟ କରି ନ ପାରି ଚିନ୍ତାରେ ଅଛନ୍ତି। ଅଧିକାଂଶ...

ସୁନାବେଡ଼ାକୁ ବ୍ଲକ୍‌ କରି ମିଛାପାଲିଠାରେ କାର୍ଯ୍ୟାଳୟ ସ୍ଥାପନ ଦାବି

ନୂଆପଡ଼ା,୧୬ା୧(ମକାରୁ ବେମାଲ)-ନୂଆପଡ଼ା ଜିଲା କୋମନା ବ୍ଲକ୍‌କୁ ବିଭାଜନ କରି ସୁନାବେଡ଼ାଠାରେ ନୂତନ ଅନୁନ୍ନତ ଆଦିବାସୀ ପଞ୍ଚାୟତ ସମିତି (ବ୍ଲକ୍‌) ଗଠନକରି ମିଛାପାଲିଠାରେ ଏହାର କାର୍ଯ୍ୟାଳୟ ସ୍ଥାପନ...

ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର, ଜାଣନ୍ତୁ କେତେ ବଢ଼ିଲା…

ଭୁବନେଶ୍ୱର,୧୭ା୧: ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ପାଇଁ ଖୁସ ଖବର। ଏହି ବର୍ଗର ଶିକ୍ଷକମାନଙ୍କର ଦରମା ବଢ଼ାଇଛନ୍ତି ସରକାର। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ...

ଉଦ୍‌ଘାଟିତହେଲା ମାଣ୍ଡିଆ ମଣ୍ଡି

କର୍ଲାମୁଣ୍ଡା,୧୭।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତର ଭାଲୁପିଆଠାରେ ମାଣ୍ଡିଆ ମଣ୍ଡି ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri