୫ ବର୍ଷ ପରେ ଆସିଲା ନାବାଳିକ ବଳାତ୍କାର ମାମଲାର ରାୟ

ଭବାନୀପାଟଣା,୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୧୯ରେ ହୋଇଥିବା ଜଣେ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି ସ୍ମୃତିଲେଖା ବାରିକ ମାମଲାର ୧୬ଜଣଙ୍କ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତିକରି ଅଭିଯୁକ୍ତ ପୂର୍ଣଚନ୍ଦ୍ର ଓରଫ ପ୍ରଭାତ ଛତ୍ରିଆ (୨୩)ଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ବର୍ଷ ସଶ୍ରମ ଜେଲଦଣ୍ଡ ସହ ୧୫ ହଜାର ଟଙ୍କା ଜରିମାନା କରିଛନ୍ତି।

ସେହିପରି ପୀଡିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ କଳାହାଣ୍ଡି ଡିଏଲ୍‌ଏସ୍‌ଏଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଅଭିଯୁକ୍ତ ପୂର୍ଣ୍ଣଚନ୍ଦ୍ର ନାବାଳିକାଙ୍କୁ ଘରୁ ଅପହରଣ କରିନେଇ ରାୟଗଡା ଓ ପରେ ବିଶାଖାପାଟଣାରେ ରଖିଥିଲେ। ଏହି ସମୟରେ ସେ ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ ଗତ ୭ ଜାନୁୟାରୀ ୨୦୧୯ରେ ପୀଡିତାଙ୍କ ବାପା ଜୟପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପରେ ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଥିଲା। ଏହି ମାମଲାକୁ ସରକାରଙ୍କ ପକ୍ଷରୁ ସରକାରୀ ଓକିଲ ରୋହିତ କୁମାର ମିଶ୍ର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ଯୋଗ୍ୟ ଶିକ୍ଷାନୁଷ୍ଠାନକୁ ଅନୁଦାନ ପ୍ରଦାନ ଦିଆଯାଉ, ଭଞ୍ଜନଗର ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଭଞ୍ଜନଗର ବିଧାୟକ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri