୫୩୯ ଦିନ ପରେ ସକ୍ରିୟ ମାମଲା ସର୍ବନିମ୍ନ…

ନୂଆଦିଲ୍ଲୀ,୨୫।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ୧୧୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୯୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୦ ହଜାର ୨୬୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୩ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୯ ହଜାର ୯୪୦ ରହିଛି। ୫୩୯ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୩୨ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୬ ହଜାର ୫୮୪ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୫ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୧୯ କୋଟି ୩୮ ଲକ୍ଷ ୪୪ ହଜାର ଜଣଙ୍କୁ ଟିକାଦାନ ସରିଛି। ସେହିପରି ଇତିମଧ୍ୟରେ ୬୩ କୋଟି ୩୪ ଲକ୍ଷ ୮୯ ହଜାର ୨୩୯ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ଗତ ୨୪ ଘଣ୍ଟାରେ ୯ ଲକ୍ଷ ୬୪ ହଜାର ୯୮୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି ବୋଲି ଆଇସିଏମ୍‌ଆର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୯ ଲକ୍ଷ ୬୭ ହଜାର ଲୋକ ସୁସ୍ଥ ହୋଇସାରିଛନ୍ତି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୫ ଲକ୍ଷ ୪୪ ହଜାର ୮୮୨ ରହିଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ୍‌ ମିଳିବାର ୮ ଦିନ ପରେ ଦଳରୁ ବହିଷ୍କୃତ ହେଲେ ପ୍ରାର୍ଥୀ

ଲକ୍ଷ୍ନୌ,୧୮।୪: ବହୁଜନ ସମାଜ ପାର୍ଟୀ ପ୍ରାର୍ଥୀ ରାକେଶ କୁମାର କୁଶୱାହା ବାରୁଆଙ୍କୁ ଝାନସୀ-ଲଲିତପୁର ଲୋକ ସଭା ଆସନରୁ ଟିକେଟ୍‌ ଦେବାର ୮ ଦିନ ପରେ ଦଳରୁ...

ମୋ ଭୋଟ ବି ମ୍ୟାଡାମଙ୍କ ବୁଥକୁ ଟ୍ରାନ୍ସଫର କରି ଦିଅନ୍ତୁ, ଭାଇରାଲ ହେଉଛି ଏହି ନିର୍ବାଚନ ଅଧିକାରୀଙ୍କ ଫଟୋ

ନୂଆଦିଲ୍ଲୀ,୧୮।୪: ଦେଶରେ ଗଣତନ୍ତ୍ରର ମହାନ ପର୍ବ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ ଆସନ୍ତାକାଲି...

ଜେଲରେ ମିଠା-ଆମ୍ବ ଖାଉଛନ୍ତି କେଜରିଓ୍ବାଲ, କାହିଁକି କୋର୍ଟଙ୍କୁ ଏମିତି କହିଲେ ଇଡି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାକୁ ଅନୁମତି ମାଗିଥିବା ଆବେଦନ ଉପରେ ଇଡି ରାଉଜ ଆଭେନ୍ୟୁ କୋର୍ଟରେ...

ନିର୍ବାଚନ ପ୍ରଚାର ଛାଡି ଏହି ବ୍ୟକ୍ତିଙ୍କ ଜନ୍ମଦିନ ପାଳନ କରିବାକୁ ଗଲେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଚରମ ସୀମାରେ ରହିଛି। ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଶୁକ୍ରବାର ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରୋକିବା କଷ୍ଟକର’

ଇସଲାମାବାଦ,୧୮।୪: କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଭାରତର ଲୋକ ସଭା ନିର୍ବାଚନ ବିଷୟରେ ଆଲୋଚନା ହେଉଛି। ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ଲୋକ ସଭା ପାଇଁ ପୁଣି ଏକ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ପାଇଁ ଭାଜପାର ଆଉ ଏକ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ମହାରାଷ୍ଟ୍ରର ଗୋଟିଏ ଲୋକ ସଭା ଆସନ ପାଇଁ...

ମୋଦି-ଯୋଗୀଙ୍କୁ ଯିଏ ନିଜର ଭାବେ ନାହିଁ ସେ ନିଜ ପିତାଙ୍କୁ ମଧ୍ୟ ଆପଣାଇପାରିବ ନାହିଁ :ଭାଜପା ଏମ୍‌ପି ମନ୍ତବ୍ୟକୁ ନେଇ ଉଠିଲା ବିବାଦ

ଲକ୍ଷ୍ନୌ,୧୮।୪: ପଶ୍ଚିମ ୟୁପିରେ କ୍ଷତ୍ରିୟ ସମାଜର ଅସନ୍ତୋଷ ଭାରତୀୟ ଜନତା ପାର୍ଟିର ସମସ୍ୟାକୁ ବଢାଇ ଦେଇଛି। ଏହି ସମୟରେ ୟୁପିର ଗୌତମ ବୁଦ୍ଧ ନଗର ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri