Posted inଖେଳ

୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍‌ଇଣ୍ଡିଆ

ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ ସମ୍ଭବ ହୋଇପାରି ନ ଥିଲା। ଦ୍ୱିତୀୟ ଦିନରେ ଟସ ଜିତି ବ୍ୟାଟିଂ କରିବାକୁ ଆସିଥିବା ଭାରତୀୟ ଦଳ ନ୍ୟୁଜିଲାଣ୍ଡ ଆଗରେ ତାସ୍‌ ପତା ଭଳି ଖସିପଡ଼ିଥିଲା। ୫୫ବର୍ଷ ପୂର୍ବେ ଖେଳାଯାଇଥିବା ମ୍ୟାଚକୁ ନ୍ୟୁଜିଲାଣ୍ଡ ମଧ୍ୟ ମନେ ପକାଇ ଦେଇଛି।

ମଧ୍ୟାହ୍ନ ଭୋଜନ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଉପରେ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରିଥିଲା। ୨୩.୫ ଓଭରରେ ୩୪ ରନରେ ଭାରତ ୬ ଉଇକେଟ ହରାଇଥିଲା। କୌଣସି ବ୍ୟାଟ୍ସମ୍ୟାନ ୧୫ ରନ ସ୍କୋର ମଧ୍ୟ ପାର କରିପାରି ନ ଥିଲେ। କ୍ୟାପଟେନ ରୋହିତ ଶର୍ମା ୨ ରନ ସ୍କୋର କରିବା ପରେ ଆଉଟ ହୋଇଥିଲେ। ଏହା ସହିତ ନ୍ୟୁଜିଲାଣ୍ଡ ବୋଲରମାନେ ୪ ଜଣ ଭାରତୀୟ ବ୍ୟାଟ୍ସମ୍ୟାନ ଶୂନ ରନରେ ଆଉଟ୍‌ କରିଥିଲେ। ଏଥି ମଧ୍ୟରେ ବିରାଟ କୋହଲି, ସରଫରାଜ ଖାନ, କେ.ଏଲ ରାହୁଲ ଏବଂ ରବିନ୍ଦ୍ର ଜାଡେଜା ଅଛନ୍ତି। ୫୫ ବର୍ଷ ପୂର୍ବେ ମଧ୍ୟ ନ୍ୟୁଜିଲାଣ୍ଡ ଭାରତକୁ ସମାନ ଅବସ୍ଥାରେ ପକାଇ ଦେଇଥିଲା।

୧୯୬୯ରେ ହାଇଦ୍ରାବାଦରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଥିଲା। ଏହି ମ୍ୟାଚର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡର ବୋଲରମାନେ ୬ ଜଣ ଭାରତୀୟ ବ୍ୟାଟ୍ସମ୍ୟାନ ୨୭ ରନରେ ପାଭିଲିୟନକୁ ପଠାଇଥିଲେ। ଯେଉଁଥିରେ ତିନିଜଣ ବ୍ୟାଟ୍ସମ୍ୟାନ ଶୂନ୍ୟରେ ଆଉଟ୍‌ ହୋଇଥିଲେ ଏବଂ ଅବଶିଷ୍ଟ ତିନିଜଣ ବ୍ୟାଟ୍ସମ୍ୟାନ ୧୦ ରନ ସ୍କୋର ମଧ୍ୟ ପାର ହୋଇପାରି ନ ଥିଲେ। ଏହି ମ୍ୟାଚ ଡ୍ର ହୋଇଥିଲା।

୨୦୨୦ରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡିସେମ୍ବର ୧୭ରେ ଆଡିଲେଡରେ ଆରମ୍ଭ ହୋଇଥିଲା। ଏହି ମ୍ୟାଚର ଦ୍ୱିତୀୟ ଇନିଂସରେ ଅଷ୍ଟ୍ରେଲିଆ ଭାରତୀୟ ଦଳକୁ ପରାସ୍ତ କରିଥିଲା। ସେହି ଇନିଂସରେ ଅଷ୍ଟ୍ରେଲିଆ ୬ଟି ଭାରତୀୟ ବ୍ୟାଟ୍ସମ୍ୟାନ ୧୯ ରନ ପାଇଁ ପାଭିଲିୟନକୁ ପଠାଇଥିଲା। ତା’ପରେ ସେହି ଇନିଂସରେ ୨୧.୨ ଓଭରରେ ଭାରତ ୨୨ ରନ ସଂଗ୍ରହ କରିଥିଲା। ଅଷ୍ଟ୍ରେଲିଆ ଏହି ମ୍ୟାଚକୁ ୮ ଉଇକେଟରେ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri