୬ ମାସ ଗଲାନି, ଭାଙ୍ଗିଗଲା ଡ୍ରେନ୍‌

ବଇଣ୍ଡା,୧୩ା୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍‌ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଆବଶ୍ୟକ ପରିମାଣର ଲୁହାରଡ୍‌ ଦିଆଯାଇ ନ ଥିବା ଯୋଗୁ କେତେକ ସ୍ଥାନରେ ଡ୍ରେନ ଭାଙ୍ଗିବା ଆରମ୍ଭ କଲାଣି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବଇଣ୍ଡା ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ନିକଟରେ ନିର୍ମାଣ ହୋଇଥିବା ଡ୍ରେନର ଛାତ ଭୁଶୁଡି ପଡିଛି। ଏକ ୪ ଚକିଆ ଯାନ ଯାଉଥିବା ବେଳେ ଡ୍ରେନର ଉକ୍ତ ସ୍ଥାନ ଭାଙ୍ଗିପଡିଥିଲା। ନିର୍ମାଣକୁ ୬ ମାସ ନ ପୂରୁଣୁ ଡ୍ରେନ୍‌ ଭାଙ୍ଗିଯିବା ନିମ୍ନମାନର କାମକୁ ଦର୍ଶାଉଛି ବୋଲି କଦଳୀମୁଣ୍ଡା ଗ୍ରାମବାସୀ ଗୁରୁବାର ଜିଲାପାଳଙ୍କୁ ଏକ ଅଭିଯୋଗପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି।
ଅଭିଯୋଗରେ ଗ୍ରାମବାସୀ ଉଲ୍ଲେଖ କରିଛନ୍ତି, କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ୪ ଲେନ କାମ ବଇଣ୍ଡା ଅଞ୍ଚଳରେ ଚାଲିଛି। ଅତ୍ୟନ୍ତ ମନ୍ଥର ଗତିରେ କାମ କରାଯାଉଥିବାବେଳେ ଉଭୟ ପାର୍ଶ୍ୱରେ ଡ୍ରେନ ନିର୍ମାଣ ଶେଷ ହୋଇନାହିଁ। ଶରଧାମୁଣ୍ଡାଠାରୁ କଦଳୀମୁଣ୍ଡା ୩ କି.ମି. ରାସ୍ତାର ଦୁଇ ପାର୍ଶ୍ୱରେ ମାତ୍ର ୫୦ ପ୍ରତିଶତ ଡ୍ରେନ୍‌ କାମ ସରିଛି। କିନ୍ତୁ ଏଥିରେ ଆବଶ୍ୟକ ପରିମାଣର ଲୁହାରଡ୍‌ ଲଗାଯାଇ ନାହିଁ। ବିଳମ୍ବିତ ରାତିରେ ଏହି କାମ କରାଯାଉଥିବା ବେଳେ ଜାତୀୟ ରାଜପଥ ବିଭାଗର କୌଣସି ଅଧିକାରୀ ତଦାରଖ କରୁ ନ ଥିବାରୁ ନିମ୍ନମାନର କାମ କରାଯାଉଥିବା କଦଳୀମୁଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ୬ ମାସ ହେବ ଡ୍ରେନ କାମ ହୋଇଥିବା ବେଳେ ଏବେ ତାହା ଭାଙ୍ଗି ଯାଉଥିବାରୁ ଏହାର ଭବିଷ୍ୟତକୁ ନେଇ ଆଶଙ୍କା ଦେଖାଦେଇଛି। ତୁରନ୍ତ ଏଥିପ୍ରତି ଅନୁଗୋଳ ଜିଲାପାଳ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ଏ ନେଇ ଠିକାସଂସ୍ଥା ପରିଚାଳକ ଜେ. ବେହେରା ଙ୍କୁ ପଚାରିବାରୁ ସେ କୌଣସି ଉତ୍ତର ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri