୬ ମାସ ଗଲାନି, ଭାଙ୍ଗିଗଲା ଡ୍ରେନ୍‌

ବଇଣ୍ଡା,୧୩ା୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍‌ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଆବଶ୍ୟକ ପରିମାଣର ଲୁହାରଡ୍‌ ଦିଆଯାଇ ନ ଥିବା ଯୋଗୁ କେତେକ ସ୍ଥାନରେ ଡ୍ରେନ ଭାଙ୍ଗିବା ଆରମ୍ଭ କଲାଣି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବଇଣ୍ଡା ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ନିକଟରେ ନିର୍ମାଣ ହୋଇଥିବା ଡ୍ରେନର ଛାତ ଭୁଶୁଡି ପଡିଛି। ଏକ ୪ ଚକିଆ ଯାନ ଯାଉଥିବା ବେଳେ ଡ୍ରେନର ଉକ୍ତ ସ୍ଥାନ ଭାଙ୍ଗିପଡିଥିଲା। ନିର୍ମାଣକୁ ୬ ମାସ ନ ପୂରୁଣୁ ଡ୍ରେନ୍‌ ଭାଙ୍ଗିଯିବା ନିମ୍ନମାନର କାମକୁ ଦର୍ଶାଉଛି ବୋଲି କଦଳୀମୁଣ୍ଡା ଗ୍ରାମବାସୀ ଗୁରୁବାର ଜିଲାପାଳଙ୍କୁ ଏକ ଅଭିଯୋଗପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି।
ଅଭିଯୋଗରେ ଗ୍ରାମବାସୀ ଉଲ୍ଲେଖ କରିଛନ୍ତି, କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ୪ ଲେନ କାମ ବଇଣ୍ଡା ଅଞ୍ଚଳରେ ଚାଲିଛି। ଅତ୍ୟନ୍ତ ମନ୍ଥର ଗତିରେ କାମ କରାଯାଉଥିବାବେଳେ ଉଭୟ ପାର୍ଶ୍ୱରେ ଡ୍ରେନ ନିର୍ମାଣ ଶେଷ ହୋଇନାହିଁ। ଶରଧାମୁଣ୍ଡାଠାରୁ କଦଳୀମୁଣ୍ଡା ୩ କି.ମି. ରାସ୍ତାର ଦୁଇ ପାର୍ଶ୍ୱରେ ମାତ୍ର ୫୦ ପ୍ରତିଶତ ଡ୍ରେନ୍‌ କାମ ସରିଛି। କିନ୍ତୁ ଏଥିରେ ଆବଶ୍ୟକ ପରିମାଣର ଲୁହାରଡ୍‌ ଲଗାଯାଇ ନାହିଁ। ବିଳମ୍ବିତ ରାତିରେ ଏହି କାମ କରାଯାଉଥିବା ବେଳେ ଜାତୀୟ ରାଜପଥ ବିଭାଗର କୌଣସି ଅଧିକାରୀ ତଦାରଖ କରୁ ନ ଥିବାରୁ ନିମ୍ନମାନର କାମ କରାଯାଉଥିବା କଦଳୀମୁଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ୬ ମାସ ହେବ ଡ୍ରେନ କାମ ହୋଇଥିବା ବେଳେ ଏବେ ତାହା ଭାଙ୍ଗି ଯାଉଥିବାରୁ ଏହାର ଭବିଷ୍ୟତକୁ ନେଇ ଆଶଙ୍କା ଦେଖାଦେଇଛି। ତୁରନ୍ତ ଏଥିପ୍ରତି ଅନୁଗୋଳ ଜିଲାପାଳ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ଏ ନେଇ ଠିକାସଂସ୍ଥା ପରିଚାଳକ ଜେ. ବେହେରା ଙ୍କୁ ପଚାରିବାରୁ ସେ କୌଣସି ଉତ୍ତର ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ସ୍ବାଧୀନତା ଦିବସ ପାଳନ ପ୍ରସ୍ତୁତି: ଶାନ୍ତି-ଶୃଙ୍ଖଳା ଉପରେ ନଜର

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ୮୦ତମ ସ୍ବାଧୀନତା ଦିବସ ପାଳନକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri