୬ ମାସ ପରେ ରାସ୍ତା ଫାଟି ଆଁ

ବଇଣ୍ଡା,୨୩ା୧୦ (ପରିକ୍ଷିତ ସାହୁ): ସମ୍ପ୍ରସାରଣ କାର୍ଯ୍ୟ ଶେଷ ହୋଇନାହିଁ। ହେଲେ ଫାଟି ଅଁା କଲାଣି ନିର୍ମାଣ ହୋଇଥିବା ନୂଆ ରାସ୍ତା। ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର କିଶୋରନଗର ବ୍ଲକ ଅଞ୍ଚଳରେ ପ୍ରାୟ ୨୫ଟି ସ୍ଥାନରେ ଦେଖିବାକୁ ମିଳିଛି ଏପରି ଫାଟ। ଜାମ୍ବୁନାଳୀଠାରୁ ବାମୁର ୪୦ କି.ମି. ମଧ୍ୟରେ ମାତ୍ର ୬ ମାସ ପରେ ରାଜପଥର ପକ୍କା ରାସ୍ତା ଏପରି ଫାଟି ଯାଉଥିବାରୁ କାମ ନିମ୍ନମାନର ହୋଇଥିବା ଅଭିଯୋଗ ହେଉଛି। ଏଥିସହ ଏହି ରାଜପଥର ଭବିଷ୍ୟତକୁ ନେଇ ମଧ୍ୟ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବହୁବାର ଠିକାସଂସ୍ଥା ବିରୋଧରେ ଅଞ୍ଚଳବାସୀ ଜିଲାପ୍ରଶାସନ ଠାରୁ ଆରମ୍ଭ କରି ସ୍ଥାନୀୟ ବିଧାୟକଙ୍କୁ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି।
ପ୍ରକାଶ ଯେ, ୫୫ନଂ. ଜାତୀୟ ରାଜପଥର କିଶୋରନଗର ବ୍ଲକ କମରେଇ ଠାରେ ପ୍ରଥମେ ରାସ୍ତାରେ ଫାଟ ଦେଖିବାକୁ ମିଳିଥିଲା। ଏହାର କିଛି ଦିନ ହେବ ପାଗବନ୍ଦା, ରାଣୀଭୂଇଁ, କମରେଇ, ନୂଆଭୂଇଁ, ବଇସିଣା, ଗୁରୁଜାଙ୍ଗ, ଖଇରମୁଣ୍ଡା, ଚମ୍ପାପୁର, ସୁସବ, ହଣ୍ଡପା, ଠେଲକନାଳି, ଡେବେରାପାଲି ଆଦି ସ୍ଥାନରେ ରାସ୍ତା ଫାଟିଯାଇଛି। ସେହିପରି ୬ ମାସ ତଳେ ନିର୍ମାଣ ହୋଇଥିବା ବଇଣ୍ଡା, କଦଳୀମୁଣ୍ଡା, ବଇଣ୍ଡା କଲେଜ ରାସ୍ତାର ୩ ରୁ ୪ ମିଟର ଲମ୍ବ ପର୍ଯନ୍ତ ଫାଟିଯାଇଥିବରୁ କାର୍ଯ୍ୟ ନିମ୍ନମାନର ହେଉଥିବା ବଇଣ୍ଡା ଗ୍ରାମବାସୀ ଶନିବାର ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ ଠିକା ସଂସ୍ଥା ପକ୍ଷରୁ ରାଜପଥର ନୂତନ ରାସ୍ତା ନିର୍ମାଣ କରାଯାଉଥିବା ବେଳେ କୌଣସି ପ୍ରଶାସନିକ ଅଧିକାରୀ କିମ୍ବା ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଅଧିକାରୀ ଉପସ୍ଥିତ ରହୁନାହାନ୍ତି। ଏପରିକି ନିର୍ମାଣ ପୂର୍ବରୁ ମାଟି ପରୀକ୍ଷଣ ଠିକ୍‌ ଭାବେ କରାଯାଇନାହିଁ। ତରବରିଆ ଭାବରେ ମାଟି ସମତଳ କରାଯାଇ କଂକ୍ରିଟ ରାସ୍ତା ନିର୍ମାଣ କରାଯାଇଛି। କମରେଇ ଠାରେ ପ୍ରଥମେ ରାସ୍ତା ଫାଟିଯିବା ଦେଖି ଅଞ୍ଚଳବାସୀ ୨୫ ମେ ୨୦୨୧ରେ ଜିଲାପାଳଙ୍କ ଠାରେ ଅଭିଯୋଗ କରିଥିଲେ। ଏହାପରେ ଠିକାସଂସ୍ଥା ସେଠାରେ ରାତାରାତି ପ୍ୟାଚ ପକାଇ ଦେଇଥିଲା। ରାଣୀଭୂଇଁ ଠାରେ ଫାଟିଥିବା ରାସ୍ତାକୁ ମରାମତି କରିବା ପାଇଁ ଠିକାସଂସ୍ଥା ପକ୍ଷରୁ କୁହାଯାଇଥିଲେ ହେଁ ଏଯାଏ ମରାମତି କରାଯାଇନାହିଁ। ସେହିପରି ବାମୁର ଠାରେ ଫ୍ଲ।ଏ ଓଭର ବ୍ରିଜର ୬୦ ପ୍ରତିଶତ କାର୍ଯ୍ୟ ଶେଷ ହୋଇଥିବା ବେଳେ ବଇଣ୍ଡା ଫ୍ଲାଏ ଓଭର ବ୍ରିଜ୍‌ ନିର୍ମାଣରେ ବହୁ ବିଳମ୍ବ କରାଯାଉଛି। ସୂଚନାଯୋଗ୍ୟ, ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଠିକାସଂସ୍ଥା ପକ୍ଷରୁ କିଶୋରନଗର ବ୍ଲକ ବଇଣ୍ଡା ଛକରେ ୨୦୧୮ ମେ ୧୭ ଓ ୧୮ରୁ ଉଛେଦ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ହେଲେ ଉଚ୍ଛେଦର ୫ ବର୍ଷ ବିତିଯାଇଥିଲେ ମଧ୍ୟ ବଇଣ୍ଡା ଅଞ୍ଚଳରେ ରାସ୍ତା ଓ ଓଭରବ୍ରିଜ୍‌ କାର୍ଯ୍ୟ ଶେଷ ହୋଇପାରି ନାହିଁ। ଏଥିସହ ରାସ୍ତାର ଉଭୟ ପାର୍ଶ୍ୱରେ ଡ୍ରେନ୍‌ ନିର୍ମାଣ ମଧ୍ୟ ସରିପାରୁ ନାହିଁ। ଏହି କାର୍ଯ୍ୟ ଅତି ନିମ୍ନମାନର କରାଯାଉଥିବା ବଇଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ଏଥିପ୍ରତି ବିଭାଗୀୟ ଅଧିକାରୀ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। ଏ ନେଇ ଠିକାସଂସ୍ଥା ପରିଚାଳକ ଜେ. ବେହେରା କହିଛନ୍ତି, ରାସ୍ତା କାମ ଚାଲୁ ରହିଛି। କିଛି ସ୍ଥାନରେ ମାଟି ଦବୁଥିବାରୁ ରାସ୍ତା ଫାଟିଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୩୦।୪(କଳ୍ପତରୁ ନାୟକ):ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା...

୩ ଦଶନ୍ଧିରେ ହଜିଲାଣି ୭୦ ପ୍ରତିଶତ ହସ୍ତତନ୍ତ ଶିଳ୍ପ

କେନ୍ଦ୍ରାପଡ଼ା, ୩୦ା୪(ଜଗନ୍ନାଥ ଧଳ):ଅତ୍ୟାଧୁନିକ ମେଶିନ ଓ ଉନ୍ନତ ସୂତା ପାଇଁ କେନ୍ଦ୍ରାପଡ଼ା ଜିଲାର ପୁରାତନ ହସ୍ତତନ୍ତ ଶିଳ୍ପ ଡୁବିଯାଇଛି। ୩ ଦଶନ୍ଧି ମଧ୍ୟରେ ପ୍ରାୟ ୭୦...

ପଥର ଛଇକୁ ପୋଖରୀ ଦର୍ଶାଇ ଲକ୍ଷାଧିକ ଟଙ୍କା ଆତ୍ମସାତ

କାଳିଆପାଣି,୩୦ା୪(ଅସିତ ମହାନ୍ତ):ପୋଖରୀ ପୁନରୁଦ୍ଧାର ପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ କରି ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଟଙ୍କା ଆତ୍ମସାତ୍‌...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

ଏକାଠି ହେଲେ ଗୌତମ, ପୁଲିନ

ଝୁମ୍ପୁରୀ,୩୦ା୪(ସରୋଜ ନାୟକ):ଧୀରେ ଧୀରେ ଯାଜପୁର ରାଜନୀତି ରୋଚକ ମୋଡ଼ ଧରିଛି ା ସୋମବାର ଭାଜପାର ଯାଜପୁର ବିଧାୟକ ପ୍ରାର୍ଥୀ ଗୌତମ ରାୟଙ୍କ ସହ ହାତ ମିଳାଇଛନ୍ତି...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri