ଚାରିପୋଖରିଆ ଗାଁରେ ଝାଡ଼ାବାନ୍ତି ସ୍ଥିତି ବିଗୁଡୁଛି

ରାଜନଗର, ୨୧।୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ଭିତରଗଡ଼ ପଞ୍ଚାୟତ ଚାରିପୋଖରିଆ ଗାଁରେ ଶନିବାରଠାରୁ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଗାଁରେ ୨ଶହ ପରିବାର ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦୦ରୁ ଊର୍ଦ୍ଧ୍ୱ ପରିବାର ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସି ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ଗାଁର ଅନ୍ୟ ରୋଗୀମାନେ ନିକଟସ୍ଥ ମେଡିସିନ ଷ୍ଟୋର ଓ ସ୍ବାସ୍ଥ୍ୟ ବିଭାଗ କ୍ୟାମ୍ପ୍‌ରୁ ଔଷଧ ନେଇ ଘରେ ଚିକିତ୍ସିତ ହେଉଛନ୍ତି। ଏହି ଗାଁରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଅସ୍ଥାୟୀ କ୍ୟାମ୍ପ୍‌ ଖୋଲାଯାଇଥିବାବେଳେ ଟିମ୍‌ ଘରକୁ ଘର ବୁଲି ପ୍ରତିଷେଧକ ମେଡିସିନ ଦେଉଛି। ଗାଁରେ ଗୁରୁତର ରୋଗୀଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଉଛି।
ସୋମବାର ରାତିରୁ ମଙ୍ଗଳବାର ଭିତରେ ଅବିନାଶ ପାତ୍ର, ନବୀନ ସେଠୀ, ମଙ୍ଗଳ ସିଂ, ଅରୁଣ ବାରିକ, ପୁଷ୍ପଲତା ପ୍ରଧାନ, ସସ୍ମିତା ବାରିକ, ସୌମ୍ୟରଞ୍ଜନ ବେହେରା, ସଂଯୁକ୍ତା ଦାସ, ସସ୍ମିତା ସେଠୀ, ସତ୍ୟଜିତ୍‌ ପ୍ରଧାନ, ସିନ୍ଧୁ ସ୍ବାଇଁ, ଆଦିତ୍ୟ ବାରିକ, ଲକ୍ଷ୍ମୀପ୍ରିୟା ବାରିକ, ଦିବାକର ବାରିକ ପ୍ରମୁଖ ୧୪ଜଣ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁତର ଅବସ୍ଥାରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗୁରୁତର ଲକ୍ଷ୍ମୀପ୍ରିୟା ଓ ଦିବାକରଙ୍କୁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏହି ଗାଁରେ ସ୍ଥିତି ବିଗୁଡୁଥିବାରୁ କେନ୍ଦ୍ରାପଡ଼ା ଜିଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌ ଓ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସାଧିକାରୀ ଡା. ରଶ୍ମିରଞ୍ଜନ ମହାନ୍ତି ଗାଁରେ ରହି ଲୋକଙ୍କୁ ପ୍ରତିଷେଧକ ଔଷଧ ଦେଇଛନ୍ତି। ଗଁାରେ ଥିବା ନଳକୂପ ନିକଟରେ ଜମିଥିବା ପାଣି ଓ ଆବର୍ଜନାକୁ ସଫାକରି ବ୍ଲିଚିଂ ପକାଇଛନ୍ତି। ଗାଁ ମଝିରେ ଥିବା ପଞ୍ଚାୟତ ପୋଖରୀ ପାଣି ଏହି ଝାଡ଼ାବାନ୍ତିର ମୂଳ କାରଣ ବୋଲି କୁହାଯାଉଛି। ଗାଁର ସମସ୍ତ ନର୍ଦ୍ଦମା ଓ ବର୍ଷାପାଣି ଏହି ପୋଖରୀକୁ ଆସିଥାଏ। ପୋଖରୀ ଚତୁଃପାର୍ଶ୍ୱରେ ଘର ରହିଥିବାରୁ ଗାଁ ଲୋକେ ସେହି ପୋଖରୀ ପାଣିରେ ବାସନକୁସନ ଧୁଆଧୋଇ କରିଥାନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୋଖରୀ ପାଣି, ନଳକୂପ ପାଣି ଓ ଝାଡ଼ା ସାମ୍ପୁଲ ପରୀକ୍ଷା ପାଇଁ ନିଆ ଯାଇଛି। ପୋଖରୀ ପାଣିରେ ଇକ୍ସେନ ଥିବା ପରୀକ୍ଷାରୁ ଜଣାପଡ଼ିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri