ଚାରିପୋଖରିଆ ଗାଁରେ ଝାଡ଼ାବାନ୍ତି ସ୍ଥିତି ବିଗୁଡୁଛି

ରାଜନଗର, ୨୧।୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ଭିତରଗଡ଼ ପଞ୍ଚାୟତ ଚାରିପୋଖରିଆ ଗାଁରେ ଶନିବାରଠାରୁ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଗାଁରେ ୨ଶହ ପରିବାର ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦୦ରୁ ଊର୍ଦ୍ଧ୍ୱ ପରିବାର ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସି ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ଗାଁର ଅନ୍ୟ ରୋଗୀମାନେ ନିକଟସ୍ଥ ମେଡିସିନ ଷ୍ଟୋର ଓ ସ୍ବାସ୍ଥ୍ୟ ବିଭାଗ କ୍ୟାମ୍ପ୍‌ରୁ ଔଷଧ ନେଇ ଘରେ ଚିକିତ୍ସିତ ହେଉଛନ୍ତି। ଏହି ଗାଁରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଅସ୍ଥାୟୀ କ୍ୟାମ୍ପ୍‌ ଖୋଲାଯାଇଥିବାବେଳେ ଟିମ୍‌ ଘରକୁ ଘର ବୁଲି ପ୍ରତିଷେଧକ ମେଡିସିନ ଦେଉଛି। ଗାଁରେ ଗୁରୁତର ରୋଗୀଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଉଛି।
ସୋମବାର ରାତିରୁ ମଙ୍ଗଳବାର ଭିତରେ ଅବିନାଶ ପାତ୍ର, ନବୀନ ସେଠୀ, ମଙ୍ଗଳ ସିଂ, ଅରୁଣ ବାରିକ, ପୁଷ୍ପଲତା ପ୍ରଧାନ, ସସ୍ମିତା ବାରିକ, ସୌମ୍ୟରଞ୍ଜନ ବେହେରା, ସଂଯୁକ୍ତା ଦାସ, ସସ୍ମିତା ସେଠୀ, ସତ୍ୟଜିତ୍‌ ପ୍ରଧାନ, ସିନ୍ଧୁ ସ୍ବାଇଁ, ଆଦିତ୍ୟ ବାରିକ, ଲକ୍ଷ୍ମୀପ୍ରିୟା ବାରିକ, ଦିବାକର ବାରିକ ପ୍ରମୁଖ ୧୪ଜଣ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁତର ଅବସ୍ଥାରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗୁରୁତର ଲକ୍ଷ୍ମୀପ୍ରିୟା ଓ ଦିବାକରଙ୍କୁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏହି ଗାଁରେ ସ୍ଥିତି ବିଗୁଡୁଥିବାରୁ କେନ୍ଦ୍ରାପଡ଼ା ଜିଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌ ଓ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସାଧିକାରୀ ଡା. ରଶ୍ମିରଞ୍ଜନ ମହାନ୍ତି ଗାଁରେ ରହି ଲୋକଙ୍କୁ ପ୍ରତିଷେଧକ ଔଷଧ ଦେଇଛନ୍ତି। ଗଁାରେ ଥିବା ନଳକୂପ ନିକଟରେ ଜମିଥିବା ପାଣି ଓ ଆବର୍ଜନାକୁ ସଫାକରି ବ୍ଲିଚିଂ ପକାଇଛନ୍ତି। ଗାଁ ମଝିରେ ଥିବା ପଞ୍ଚାୟତ ପୋଖରୀ ପାଣି ଏହି ଝାଡ଼ାବାନ୍ତିର ମୂଳ କାରଣ ବୋଲି କୁହାଯାଉଛି। ଗାଁର ସମସ୍ତ ନର୍ଦ୍ଦମା ଓ ବର୍ଷାପାଣି ଏହି ପୋଖରୀକୁ ଆସିଥାଏ। ପୋଖରୀ ଚତୁଃପାର୍ଶ୍ୱରେ ଘର ରହିଥିବାରୁ ଗାଁ ଲୋକେ ସେହି ପୋଖରୀ ପାଣିରେ ବାସନକୁସନ ଧୁଆଧୋଇ କରିଥାନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୋଖରୀ ପାଣି, ନଳକୂପ ପାଣି ଓ ଝାଡ଼ା ସାମ୍ପୁଲ ପରୀକ୍ଷା ପାଇଁ ନିଆ ଯାଇଛି। ପୋଖରୀ ପାଣିରେ ଇକ୍ସେନ ଥିବା ପରୀକ୍ଷାରୁ ଜଣାପଡ଼ିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri