୬ ବର୍ଷ ପରେ ପୁଣି ଜାହ୍ନବୀ, ଇଶାନଙ୍କ ଯୋଡ଼ି

ମୁମ୍ବାଇ: ଅଭିନେତ୍ରୀ ଜାହ୍ନବୀ କପୁର ଓ ଅଭିନେତା ଇଶାନ ଖଟ୍ଟର ଶେଷ ଥର ପାଇଁ ୨୦୧୮ରେ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ‘ଧଡକ୍‌’ ଫିଲ୍ମରେ ନଜରକୁ ଆସିଥିଲେ। ତେବେ ୬ ବର୍ଷ ପରେ ପୁଣିଥରେ ଏକ ବଡ଼ ପ୍ରୋଜେକ୍ଟରେ ଉଭୟଙ୍କୁ ଏକାଠି ଅଭିନୟ କରୁଥିବାର ଦେଖିବାକୁ ମିଳିବ ବୋଲି ଏକ ରିପୋର୍ଟ ପ୍ରକାଶ ପାଇଛି। କରନ୍‌ ଜୋହରଙ୍କ ଧର୍ମା ପ୍ରଡକ୍ସନର ବ୍ୟାନରରେ ଏହି ଫିଲ୍ମର ନିର୍ମାଣ ହେବାକୁ ଥିବାବେଳେ ନୀରଜ ଘେୱାନ ଏହାର ନିର୍ଦ୍ଦେଶନା ଦେବେ। ସୂତ୍ର ଅନୁଯାୟୀ, ଯେତେବେଳେ କରନ୍‌ ଏବଂ ନୀରଜ ଜାହ୍ନବୀଙ୍କୁ ଏହି ଫିଲ୍ମରେ ଅଭିନୟ କରିବାକୁ ଅଫର ଦେଇଥିଲେ, ସେ ତୁରନ୍ତ ଏହାକୁ ଗ୍ରହଣ କରିଥିଲେ। ଜାହ୍ନବୀ ତାଙ୍କର ପ୍ରଥମ ସହତାରକା ଇଶାନଙ୍କ ସହ ପୁନର୍ବାର କାମ କରିବାକୁ ବେଶ୍‌ ଉତ୍ସାହିତ ଥିବା ନେଇ ରିପୋର୍ଟରେ କୁହାଯାଇଛି।
ଜୋହରଙ୍କ ଏହି ବିଗ୍‌ ପ୍ରୋଜେକ୍ଟରେ ୨ ଜଣ ଅଭିନେତାଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିବ। ଏଥିପାଇଁ ଇଶାନଙ୍କ ସହ ଆଉ ଜଣେ ଅଭିନେତାଙ୍କ ସହ ମଧ୍ୟ ଆଲୋଚନା ଚାଲିଛି। ତେବେ ଉକ୍ତ ଅଭିନେତାଙ୍କ ନାମ ପ୍ରକାଶ ପାଇନାହିଁ। ଫିଲ୍ମର କାହାଣୀ ୨ ସାଙ୍ଗଙ୍କ ଜୀବନୀ ଉପରେ ଆଧାରିତ ରହିବ। ତେବେ ଏହି ଚଳଚ୍ଚିତ୍ର ଆସନ୍ତା ବର୍ଷ ମୁକ୍ତିଲାଭ କରିବ ବୋଲି ରିପୋର୍ଟରେ କୁହାଯାଇଛି। ସମ୍ପ୍ରତି ଜାହ୍ନବୀ ସାଉଥ୍‌ ଷ୍ଟାର ଜୁନିୟର ଏନ୍‌ଟିଆର ଏବଂ ଅଭିନେତା ସୈଫ୍‌ ଅଲି ଖାନ୍‌ଙ୍କ ସହ ‘ଦେବରା: ପାର୍ଟ-୧’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଚଳଚ୍ଚିତ୍ର ସହ ସେ ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ନିଜର ଡେବ୍ୟୁ କରିବାକୁ ଯାଉଛନ୍ତି। ଫିଲ୍ମଟି ଆସନ୍ତା ୨୭ ତାରିଖରେ ମୁକ୍ତିଲାଭ କରିବ। ସେହିପରି ଇଶାନ ନେଟ୍‌ଫ୍ଲିକ୍ସ ସିରିଜ୍‌ ‘ଦି ପର୍‌ଫେକ୍ଟ କପଲ୍‌’ ସହ ହଲିଉଡରେ ଡେବ୍ୟୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri