୭ ଦଶନ୍ଧି ପରେ ଗାଁରେ ଲାଗିଲା ଷ୍ଟ୍ରିଟ୍‌ ଲାଇଟ୍‌

ଦଶମନ୍ତପୁର,୨୦ା୧୦(ଅରବିନ୍ଦ ନାୟକ): ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ରୂପେ ନିର୍ବାଚିତ ହେବା ପରେ ଜଣେ ସରପଞ୍ଚ ଭୋଟ ସମୟରେ ପଞ୍ଚାୟତବାୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିଛନ୍ତି। ଦୀର୍ଘ ୭ ଦଶନ୍ଧି ୭୦ ବର୍ଷ ଧରି ଷ୍ଟ୍ରିଟ୍‌ ଲାଇଟ୍‌ ଏକ ଗ୍ରାମରେ ସେ ଷ୍ଟ୍ରିଟ୍‌ ଲଗାଇ ଲୋକଙ୍କ ବିଶ୍ୱାସଭାଜନ ହୋଇଛନ୍ତି। ଏପରି ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତର ଲରେଶ ଗ୍ରାମରେ। ସରପଞ୍ଚ ନବୀନ ମୁଦୁଲି ଗ୍ରାମରେ ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବା ସହ କେତେଜଣ ବୃଦ୍ଧାବୃଦ୍ଧାଙ୍କୁ ବାର୍ଦ୍ଧକ୍ୟ ଭତ୍ତା ମଧ୍ୟ କରାଇ ଦେଇଛନ୍ତି। ଏହି ଗ୍ରାମରେ ୩୫ ପରିବାର ବସବାସ କରନ୍ତି। ଦୀର୍ଘ ୭ ଦଶନ୍ଧି ହେଲା ଗମନାଗମନ ପାଇଁ ପକ୍କାରାସ୍ତା, ପିଇବାକୁ ବିଶୁଦ୍ଧ ପାନୀୟ ଜଳ ଏବଂ ଷ୍ଟ୍ରିଟ୍‌ ଲାଇଟ୍‌ କି ବିଦ୍ୟୁତ୍‌ ଆଲୁଅ ଗ୍ରାମବାସୀଙ୍କ ପାଇଥଁ ସ୍ବପ୍ନ ଥିଲା। ଏନେଇ ଗ୍ରାମବାସୀ ବହୁବାର ପ୍ରଶାସନ ନିକଟରେ ଦାବି କରି ଆସୁଥିଲେ। ମାତ୍ର ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିଲା। ୨୦୨୨ ପଞ୍ଚାୟତ ନିର୍ବାଚନ ସମୟରେ ସରପଞ୍ଚ ମୁଦୁଲି ଲରେଶ ଗ୍ରାମକୁ ଯାଇଥିଲେ। ସେମାନଙ୍କୁ ଆବଶ୍ୟକ ସୁବିଧା ଯୋଗାଇ ଦେବାକୁ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ପ୍ରତିଶ୍ରୁତି ଅନୁସାରେ ଏବେ ସେ ଗ୍ରାମକୁ ଷ୍ଟ୍ରିଟ୍‌ ଲାଇଟ୍‌ ବ୍ୟବସ୍ଥା କରି ନିଜ କଥା ରଖିଛନ୍ତି। ଅନ୍ୟପକ୍ଷରେ ପ୍ରଶାସନ ଗ୍ରାମକୁ ପାନୀୟ ଜଳ, ଗମନାଗମନ ପାଇଁ ପକ୍କା ରାସ୍ତା ନ କଲେ ଆଗାମୀ ନିର୍ବାଚନରେ ଭୋଟ ବର୍ଜନ କରିବୁ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri