ଏହି ଦେଶରେ ଚିହ୍ନଟ ହେଲେ ପ୍ରଥମ କରୋନା ପଜିଟିଭ: ମାସ୍କ ନ ପିନ୍ଧିଲେ ମିଳୁଛି ଏପରି ଦଣ୍ଡ…

ସିଓଲ, ୨୭।୭: ସମଗ୍ର ଦେଶରେ ମହାମାରୀ କରୋନା ସଂକ୍ରମଣ ବଢ଼ିଚାଲିଛି। ଆମେରିକା ଭଳି ଏକ ଶକ୍ତିଶାଳୀ ଦେଶଠାରୁ ଆରମ୍ଭ କରି ଆଫ୍ରିକା ପର୍ଯ୍ୟନ୍ତ ଏହା ବିପଦ ସୃଷ୍ଟି କରିସାରିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଗତ ଡିସେମ୍ବର ମାସରୁ ଏହି ଭାଇରସ ସମଗ୍ର ବିଶ୍ୱରେ ବ୍ୟାପିଚାଲିଛି। ମାତ୍ର ବର୍ତ୍ତମାନ ପର୍ଯ୍ୟନ୍ତ ଉତ୍ତର କୋରିଆକୁ କରୋନା ମୁକ୍ତ ବୋଲି କୁହାଯାଉଥିଲା। ଏହି ଭାଇରସ ବ୍ୟାପିବାର ଦୀର୍ଘ ୭ ମାସ ପରେ ଅର୍ଥାତ୍‌ ଏବେ ଉତ୍ତର କୋରିଆରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ମାମଲା ସାମ୍ନାକୁ ଆସିବା ପରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସନ କିମ୍‌ ଜୋଙ୍ଗ ଉନ ଏକ ଜରୁରି ମିଟିଂ ଡକାଇ ଏକ ଜୁଲାଇ ୨୪ରୁ ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ପଜିଟିଭ ରହୁଥିବା କାଏସୋଙ୍ଗ ସହରକୁ ଜୁଲାଇ ସମ୍ପୂର୍ଣ୍ଣ ବନ୍ଧ କରାଯାଇଛି। ତେବେ ଏଠାରେ ଚିହ୍ନଟ ପଜିଟିଭ ଜଣଙ୍କ ଦକ୍ଷିଣ କୋରିଆରୁ ନିଜ ଦେଶକୁ ଫେରିଆସିଥିବା ଜଣାପଡ଼ିଛି।

ଏହି କରୋନା ପଜିଟିଭ ୩ ବର୍ଷ ପୂର୍ବେ ଉତ୍ତର କୋରିଆ ଛାଡି ପଳାଇଥିଲେ। ତେବେ ଦକ୍ଷିଣ କୋରିଆରେ କରୋନା ଦ୍ରୁତ ଗତିରେ ବ୍ୟାପିବା ପରେ ସେ ବେଆଇନ ଭାବେ ସୀମା ଅତିକ୍ରମକରି ଫେରିଆସିଛନ୍ତି। ବର୍ତ୍ତମାନ ତାଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ସେ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେ ନେଇ ଅନୁସନ୍ଧାନ ଜାରି ରହିଛି। ଉତ୍ତର କୋରିଆର ସମସ୍ତ ବର୍ଡରକୁ ୩୦ ଜାନୁଆରିରୁ ବନ୍ଦ କରାଯାଇଛି। ବିନା ମାସ୍କରେ ବୁଲିଲେ ସେମାନଙ୍କୁ ୩ ମାସ ପର୍ଯ୍ୟନ୍ତ କଠିନ ପରିଶ୍ରମ ସାଙ୍ଗକୁ ଜେଲ ପଠାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ତେବେ ଏଠାରେ କିଛି ମାସ ପୂର୍ବେ ଜଣେ କରୋନା ସନ୍ଦିଗ୍ଧଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା, ଯଦ୍ୱାରା କରୋନା ଆଉ ଦେଶରେ ବ୍ୟାପିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri