ସ୍ୱାଧୀନତାର ୭୬ ବର୍ଷ ପରେ ଦେଶର ସାକ୍ଷରତା ହାର ୮୦ ପ୍ରତିଶତ ବୃଦ୍ଧି ପାଇଛି: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୭ା୨: ୧୯୪୭ ମସିହାରେ ଦେଶରେ ସାକ୍ଷରତା ହାର ମାତ୍ର ୨୦ ପ୍ରତିଶତ ଥିବା ବେଳେ ସ୍ୱାଧୀନତାର ୭୬ ବର୍ଷ ପରେ ଏହି ହାର ପ୍ରାୟ ୮୦ ପ୍ରତିଶତକୁ ବୃଦ୍ଧି ପାଇଛି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ନୂଆଦିଲ୍ଲୀ ଠାରେ ଜାତୀୟ ବାଲ୍ ଭବନରେ ଦୁଇଦିନିଆ ‘ଉଲ୍ଲାସ ମେଳା’କୁ ଉଦଘାଟନ କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଶତ ପ୍ରତିଶତ ସାକ୍ଷରତା ହେଉଛି ବିକଶିତ ଭାରତର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ।

ଶିକ୍ଷା ମନ୍ତ୍ରଣାଳୟ ଉଲ୍ଲାସ ମାଧ୍ୟମରେ ନିରକ୍ଷର ଭାଇ ଭଉଣୀମାନଙ୍କୁ ଶବ୍ଦ ଓ ପରିସଂଖ୍ୟାନ ଜ୍ଞାନ ସହିତ ସାଧାରଣ ଆବଶ୍ୟକତା ସମ୍ବନ୍ଧୀୟ ସମସ୍ତ ବିଷୟରେ ଦକ୍ଷ କରି ସେମାନଙ୍କ ଜୀବନରେ ନୂଆ ରଙ୍ଗ ଭରୁଛି । ‘ଉଲ୍ଲାସ’ ଭଳି ପଦକ୍ଷେପକୁ ଏକ ଜନଆନ୍ଦୋଳନରେ ପରିଣତ କରିବାକୁ ହେବ । ଆସନ୍ତା ଜନଗଣନା ପୂର୍ବରୁ ଦେଶରେ ଶତ-ପ୍ରତିଶତ ନାଗରିକ ସାକ୍ଷର ଏବଂ ସକ୍ଷମ ହୁଅନ୍ତୁ, ଏହି ଚ୍ୟାଲେଞ୍ଜକୁ ନେଇ ଆଗକୁ ବଢିବା ଦରକାର ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ଦେଶର ବିଦ୍ୟାର୍ଥୀ ମଧ୍ୟ ଏହି ଅଭିଯାନରେ ଭାଗିଦାର ହୋଇପାରିବେ। ନ୍ୟୁ କ୍ରେଡିଟ୍ଆ ର୍କିଟେକଚର୍ ଅଧୀନରେ ଯେଉଁ ବିଦ୍ୟାର୍ଥୀ ଯେତେଜଣ ବ୍ୟକ୍ତିଙ୍କୁ ସାକ୍ଷର କରାଇବେ ସେମାନଙ୍କୁ ସେହି ତୁଳନାରେ କ୍ରେଡିଟ୍ ପଏଣ୍ଟ ଦିଆଯିବ। ଏହା ସେମାନଙ୍କ କ୍ୟାରିୟର ଅଭିବୃଦ୍ଧିରେ ସହାୟକ ହେବ ବୋଲି ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri