ସ୍ବାଧୀନତାର ୭୬ବର୍ଷ ପରେ ଗୁହାରି ଶୁଣିଲେ ସରକାର,ଖଡ଼ଗ ନଦୀରେ ପୋଲ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

ଦାରିଙ୍ଗବାଡି,୧୨।୫(ଡି.ଏନ.ଏ): ଦିଲୋରୀ ଓ ବୁଡାଗୁଡା ପଞ୍ଚାୟତର ଖଡଗ ନଦୀରେ ପୋଲ ନିର୍ମାଣ ପାଇଁ ଶୁକ୍ରବାର ଭିତ୍ତିପ୍ରସ୍ଥର ସ୍ଥାପନ ହୋଇଛି। ଏଥିପାଇଁ ବିଜୁ ସେତୁ ଯୋଜନାରେ ୫କୋଟି ୪୮ ଟଙ୍କା ଅନୁଦାନ ଆସିଛି। ଏହି ପୋଲ କାର୍ଯ୍ୟ ୨୦୨୫ ସୁଦ୍ଧା ଶେଷ କରାଯାଇ ଲୋକାର୍ପଣ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଏହି ନଦୀ ପାଇଁ ଅଞ୍ଚଳବାସୀଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଥିଲା।
ଏକଦା ଖଡ଼ଗ ନଦୀ କହିଲେ ଲୋକଙ୍କ ଛାତି ଥରୁଥିଲା। ଉକ୍ତ ନଦୀ ବର୍ଷା ଦିନରେ ଏକାଧିକ ଲୋକ ଏବଂ ଛେଳି, ଗୋରୁଙ୍କ ମଧ୍ୟ ଜୀବନ ନେଇଛି। ଛାତ୍ରୀଛାତ୍ରଙ୍କ ବର୍ଷା ଦିନରେ ବିଦ୍ୟାଳୟ ଯିବା ଏକ ପ୍ରକାର ଠପ୍‌ ହୋଇଯାଏ। ଉକ୍ତ ଖଡ଼ଗ ନଦୀ ୫୯ନଂ ଜାତୀୟ ରାଜପଥ ଠାରୁ ତିଲୋରୀ ପଞ୍ଚାୟତକୁ ସଂଯୋଗ କରୁଛି। ତେବେ ଦୀର୍ଘ ବର୍ଷ ଧରି ଅଞ୍ଚଳବାସୀ ସଂଯୋଗୀକରଣ ରାସ୍ତା ଓ ଖଡ଼ଗ ନଦୀରେ ପୋଲ ନିର୍ମାଣ ପାଇଁ ଦାବି କରିଆସୁଥିଲେ। ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ଉକ୍ତ ପୋଲ ପାଇଁ ରାଜ୍ୟ ସରକାରଙ୍କ ନିକଟରେ ଜଣାଇବା ପରେ ଶୁକ୍ରବାର ଭିତ୍ତି ପ୍ରସ୍ତର ପଡିଛିି।
ସେହିପରି ବୁଡ଼ାଗୁଡା ଠାରୁ ବୁରାଙ୍ଗିଆକୁ ସଂଯୋଗ କରୁଥିବା ୮ କି.ମି ରାସ୍ତା ସମ୍ପ୍ରସାରଣ ନେଇ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ତେବେ ଏଥିପାଇଁ ପ୍ରାୟ ୭କୋଟି ଟଙ୍କା ଅନୁଦାନ ରହିଛି ଏବଂ ଆସନ୍ତା ଏକ ବର୍ଷ ମଧ୍ୟରେ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଶେଷ କରାଯିବ ବୋଲି ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ରମାକାନ୍ତ ପଟ୍ଟନାୟକ କହିଛନ୍ତି।
ଏଥିରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥିଙ୍କ ମଧ୍ୟରେ ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ, ଟିଡ଼ିସିସିଓଏଲର ରାଜ୍ୟ ଉପାଧ୍ୟକ୍ଷ ଦିଲୀପ କୁମାର ପ୍ରଧାନ ଓ ସ୍ଥାନୀୟ ଜନ ପ୍ରତିନିଧି ମାନେ ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri