ଗୋଟିଏ ଦିନ ପରେ ରଥଯାତ୍ରା, ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ରଥ

ପୁରୀ,୬।୭: ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହେବ। ପଟି ଦିଆଁଙ୍କଠାରୁ ଆଜ୍ଞାମାଳ ଆସି ୩ ରଥରେ ବିଜେ କରାଯାଇଛି । ରବିବାର ରଥ ପ୍ରତିଷ୍ଠା ପରେ ଚତୁର୍ଦ୍ଧା ବିଗ୍ରହ ତିନି ରଥରେ ବସି ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିବେ ।

ଶ୍ରୀମନ୍ଦିରରେ ସକାଳ ଧୂପ ଶେଷ ହେବା ପରେ ପାଳିଆ ପୂଜାପଣ୍ଡା ସାମନ୍ତ ତିନିବାଡ଼ରୁ ୩ଟି ଆଜ୍ଞାମାଳ ଆଣି ଘଣ୍ଟ, ଛତା, କାହାଳୀ ସହ ରଥଖଳା ନିକଟକୁ ବିଜେ କରିଛନ୍ତି। ତେବେ ଚଳିତବର୍ଷ ତିଥି କ୍ଷୟ ଯୋଗୁ ଶ୍ରୀଗୁଣ୍ଡିଚା ଦିନ ଶ୍ରୀବିଗ୍ରହଙ୍କ ନବଯେୌବନ ଓ ନେତ୍ର ଉତ୍ସବ ଅନୁଷ୍ଠିତ ହେବ। ତେଣୁ ଶ୍ରୀବିଗ୍ରହଙ୍କଠାରୁ ରଥଖଳାକୁ ଆଜ୍ଞାମାଳ ଆସିବ ନାହିଁ। ପୂଜାପଣ୍ଡା ସାମନ୍ତ ପଟିଦିଅଁଙ୍କ ନିକଟରୁ ଆଜ୍ଞାମାଳ ଆଣି ରଥତ୍ରୟ ନିକଟକୁ ବିଜେ କରାଇବେ। ପରମ୍ପରା ଅନୁଯାୟୀ, ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ଆଜ୍ଞାମାଳ ପ୍ରଦାନ କରାଯିବ। ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଆଜ୍ଞାମାଳ ଦିଆଯିବ। ଭୋଇସେବକମାନେ ତେଲ ଦେଇ ରଥରେ ଦଉଡ଼ି ସଂଯୋଗ କରିବେ। ତାଳଧ୍ୱଜ ରଥରେ ବିଜେ କାହାଳୀ ବାଜିବା ପରେ ତିନିରଥ ଶ୍ରୀମନ୍ଦିର ନିକଟକୁ ଟଣାଯିବ। ପରମ୍ପରା ଅନୁସାରେ ପ୍ରଥମେ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ କରାଯିବ। ପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚାଯିବ। ପୋଲିସ ବାହିନୀ ସହାୟତାରେ ତିନିରଥକୁ ଟଣାଯାଇ ସିଂହଦ୍ୱାର ସମ୍ମୁଖକୁ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri