Posted inଜାତୀୟ

କିଛି ଦିନ ପରେ କଂଗ୍ରେସରେ କେବଳ ସୋନିଆ-ରାହୁଲ-ପ୍ରିୟଙ୍କା ହିଁ ରହିବେ…

ଲକ୍ଷ୍ନୌ,୨୭।୮ : ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଇସ୍ତଫା ଦେବା ପରେ କଂଗ୍ରେସ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ସେ ଜମ୍ମୁ-କଶ୍ମୀରରେ କଂଗ୍ରେସର ମୁଖ୍ୟ ଚେହେରା ଥିଲେ। ଶୁକ୍ରବାର କଂଗ୍ରେସର ପ୍ରାଥମିକ ସଦସ୍ୟତା ସମେତ ସମସ୍ତ ପଦବୀରୁ ସେ ଇସ୍ତଫା ଦେଇଛନ୍ତି। ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣି ସେ ତାଙ୍କ ଆଚରଣକୁ ପିଲାଳିଆମି ବୋଲି କହିଛନ୍ତି। ଗୁଲାମନବୀ ଅଭିଯୋଗ କରିଛନ୍ତି ଯେ ରାହୁଲ ବରିଷ୍ଠ ନେତାଙ୍କ ସହ ପରାମର୍ଶ କରନ୍ତି ନାହିଁ ଏବଂ ଦଳର ଅଧିକାଂଶ ନିଷ୍ପତ୍ତି ବ୍ୟକ୍ତିଗତ ସଚିବ ହିଁ ନେଇଥାନ୍ତି।

ଏନେଇ ଉତ୍ତରପ୍ରଦେଶ ଉପ-ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଗୁଲାମ ନବୀ ଆଜାଦ କଂଗ୍ରେସ ଛାଡିବା ପରେ କହିଛନ୍ତି ଯେ କିଛି ଦିନ ପରେ କେବଳ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ହିଁ କଂଗ୍ରେସରେ ରହିବେ। ସେ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ବହୁ ନେତା କଂଗ୍ରେସ ଛାଡିଛନ୍ତି। ଅଗାମୀ ଦିନରେ ମଧ୍ୟ ଏଭଳି ଧାରା ଜାରି ରହିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି କେଶବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ...

ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ...

ନିଜ ସରକାରଙ୍କୁ ଚେତାବନୀ ଦେଲେ ଭାଜପା ବିଧାୟକ

ଜୟପୁର,୨୩।୧୨: ରାଜସ୍ଥାନ ଯୋଧପୁରର ସୁରସାଗର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଦେବେନ୍ଦ୍ର ଯୋଶୀଙ୍କ ଏକ ବୟାନ ଏବେ ଶିରୋନାମାରେ ପରିଣତ ହେଉଛି। ତାଙ୍କ ବୟାନ ପରେ ବିରୋଧୀ...

ହେବକି ତୃତୀୟ ବିଶ୍ବଯୁଦ୍ଧ, ଆମେରିକା ନିର୍ମାଣ କରୁଛି ସବୁଠି ଘାତକ ଯୁଦ୍ଧଜାହାଜ

ନୂଆଦିଲ୍ଲୀ,୨୩।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯେକୌଣସି ପରିସ୍ଥିତିରେ ରେକର୍ଡ ପରେ ରେକର୍ଡ କରିବାକୁ ଚାହାନ୍ତି । ଏହି ଲକ୍ଷ୍ୟରେ ଟ୍ରମ୍ପ ପ୍ରାୟତଃ ନାର୍ସିସିଜିମର ଚରମ...

ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ...

ଆମେରିକାରେ ପ୍ରବାସୀଙ୍କୁ ବଡ଼ ଅଫର!

ଓ୍ବାଶିଂଟନ,୨୩।୧୨: ଆମେରିକାର ଗୃହ ସୁରକ୍ଷା ବିଭାଗ (DHS) ଅବୈଧ ପ୍ରବାସୀମାନଙ୍କ ପାଇଁ ଆତ୍ମ-ନିର୍ବାସ ପାଇଁ ଆର୍ଥିକ ପ୍ରୋତ୍ସାହନ ୧୦୦୦ ଡଲାରରୁ ୩୦୦୦ ଡଲାରକୁ ବୃଦ୍ଧି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri