Posted inଜାତୀୟ

ଶର୍ଟକଟ୍‌ ରାଜନୀତିକୁ ଶର୍ଟ ସର୍କିଟ କରିଦେଲେ ଦିଲ୍ଲୀବାସୀ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୨: ଦୀର୍ଘ ୨୭ ବର୍ଷର ବ୍ୟବଧାନ ପରେ ଭାରତୀୟ ଜନତା ପାର୍ଟି(ଭାଜପା) ଦିଲ୍ଲୀରେ କ୍ଷମତା ଦଖଲ କରିଛି। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଶନିବାର ପ୍ରକାଶ ପାଇଥିବା ବେଳେ ଭାଜପା ୪୮ ଆସନରେ ବିଜୟୀ ହୋଇଥିବା ବେଳେ ଶାସକ ଦଳ ଆପ୍‌ ୨୨ ଆସନରେ ସୀମିତ ରହିଯାଇଛି। ବିଜୟ ଉତ୍ସବ ଆଳନ ଅବସରରେ ଭାଜପା ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଉଦ୍‌ବୋଧନରେ ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜ୍ଞାପନ କରିବା ସହ ସର୍ଟକଟ ରାଜନୀତିକୁ ଦିଲ୍ଲୀବାସୀ ଶର୍ଟ ସର୍କିଟ କରିଦେଇଥିବା କହିଛନ୍ତି।

ଲୋକ ସଭା ନିର୍ବାଚନରେ ଦିଲ୍ଲୀବାସୀ କେବେ ନିରାଶ କରିନାହାନ୍ତି। ୩ ଥର ଲୋକ ସଭା ନିର୍ବାଚନରେ ଶତ ପ୍ରତିଶତ ବିଜୟ ଭାଜପାକୁ ଦେଇଛନ୍ତି। ବର୍ତ୍ତମାନ ଦିଲ୍ଲୀର ଯୁବବର୍ଗ ଭାଜପାର ସୁଶାସନ ଦେଖିବେ ବୋଲି ମୋଦି କହିଛନ୍ତି।

ସେ ଉଦ୍‌ବୋଧନ ଦେଇକହିଛନ୍ତି, ମା’ ଯମୁନା ଆମ ଆସ୍ଥାର କେନ୍ଦ୍ର, କିନ୍ତୁ ଯମୁନା ଅସ୍ଥିତ୍ୱ ଆଜି ବିପଦରେ। ଯମୁନାର ସେବା ପାଇଁ ଭାଜପା ପୂରା ଶକ୍ତି ଲଗାଇବ ବୋଲି ମୋଦି କହିଛନ୍ତି। ଦିଲ୍ଲୀ କେବଳ ଗୋଟିଏ ସହର ନୁହେଁ, ଏହା ମିନି ଇଣ୍ଡିଆ। ବିବିଧତା ଥିବା ଦିଲ୍ଲୀରେ ଆମକୁ ପ୍ରଚଣ୍ଡ ବହୁମତ ମିଳିଛି। ବିଶେଷ କରି ମୋଦି ପୂର୍ବାଞ୍ଚଳ ଲୋକଙ୍କୁ କୃତଜ୍ଞତା ଜଣାଇଛନ୍ତି। ତୁଷ୍ଟୀକରଣ ନୁହେଁ, ସନ୍ତୁଷ୍ଟୀକରଣ ନୀତିକୁ ଲୋକେ ବାଛିଛନ୍ତି ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri