ଦୀର୍ଘ ୩୦ ବର୍ଷ ପରେ ନୂଆ ଅଭିଯୋଗ ପ୍ରକୋଷ୍ଠ: ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୧୯।୫: ଭୁବନେଶ୍ୱର ୟୁନିଟ-୨ ଠାରେ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ  ଅଭିଯୋଗ ଶୁଣିଛନ୍ତି। ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ପଦକ୍ଷେପ ନେଇଛନ୍ତି। ସୋମବାର  ୧ ହଜାର ଅଭିଯୋଗକାରୀ ଅନ୍‌ଲାଇନ୍‌ ମାଧ୍ୟମରେ ନାମ ପଞ୍ଜିକୃତ କରିଥିଲେ। ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମଣ୍ଡଳର ୬ ଜଣ ବରିଷ୍ଠ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।  ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣି ବିହିତ କାର୍ଯ୍ୟାନୁଷ୍ଠାନ ପାଇଁ ବିଭାଗୀୟ ମନ୍ତ୍ରୀ ଓ ସଚିବମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ।  ସବୁଥର ପରି ମୁଖ୍ୟମନ୍ତ୍ରୀ ସକାଳେ ଆସି ବାହାରେ ଅପେକ୍ଷା କରିଥିବା ଭିନ୍ନକ୍ଷମ ଓ ଦୂରାରୋଗ୍ୟରେ ପୀଡିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ।
ସିଙ୍ଗିଲ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦିଆଯାଇଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ନୟାଗଡର ସନ୍ତୋଷ ବିଶ୍ୱାଳଙ୍କୁ ୫୦ ହଜାର ଟଙ୍କା, ଯାଜପୁରର ବିଷ୍ଣୁଚରଣ ସାହୁଙ୍କୁ ୧ ଲକ୍ଷ ଟଙ୍କା, ଭଦ୍ରକର ଲକ୍ଷ୍ମୀଧର ସେଠୀଙ୍କୁ ୧ ଲକ୍ଷ ଟଙ୍କା, କଟକର ସାତ୍ତ୍ୱିକ କରଙ୍କୁ ୧ ଲକ୍ଷ ଟଙ୍କା, କେନ୍ଦୁଝରର ନବୀନ କୁମାର ସେଠୀଙ୍କୁ ୨ ଲକ୍ଷ ଟଙ୍କା, ମୟୁରଭଞ୍ଜର ସୁନିତା ଚୌଧୁରୀଙ୍କୁ ୧ ଲକ୍ଷ ଟଙ୍କା, କଟକର ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ୫୦ ହଜାର ଟଙ୍କା, ବୌଦ୍ଧର ନିଳକଣ୍ଠ ପ୍ରଧାନ ଓ ଯଦୁମଣୀ କର୍ମୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏ, ଗଞ୍ଜାମର ଛାୟା ନାୟକଙ୍କୁ ୧ ଲକ୍ଷ ଟଙ୍କା, ଭଦ୍ରକର ବୁଦ୍ଧିଆ ମଣ୍ଡଳଙ୍କୁ ୧ ଲକ୍ଷ ଟଙ୍କା, ନବରଙ୍ଗପୁରର କମଳା ନାୟକଙ୍କୁ ୧ ଲକ୍ଷ ଟଙ୍କା, ଖୋର୍ଦ୍ଧାର କୈଳାସ ପଲେଇଙ୍କୁ ୧ ଲକ୍ଷ ଟଙ୍କା ଏବଂ କଟକର ସୁରେଶ କୁମାର ଜେନାଙ୍କୁ ଅନୁକମ୍ପାମୂଳକ ସହାୟତା ବାବଦକୁ ୫୦ ହଜାର ଟଙ୍କା, ଏହିପରି ୧୪ ଜଣଙ୍କୁ ସମୁଦାୟ ୧୩ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ।
ଏହି ସମୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଉପରେ ଲୋକଙ୍କ ଆସ୍ଥା ବଢିଛି। ସେମାନେ ବିଭିନ୍ନ ସମସ୍ୟା ନେଇ ଆମ ପାଖକୁ ଆସୁଛନ୍ତି । ଲୋକଙ୍କୁ ନିରନ୍ତର ନ୍ୟାୟ ପ୍ରଦାନ କରିବା ପାଇଁ ଆମେ ଏହି କାର୍ଯ୍ୟକ୍ରମ ଜାରି ରଖିଛୁ। ଆମ ସରକାର ନିରନ୍ତର ଭାବେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି, ଏବଂ ତାହାର ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହା ମାଧ୍ୟମରେ ଗରିବ ଓ ଅସହାୟଙ୍କୁ ସହାୟତା ପ୍ରଦାନ କରାଯାଉଛି। ଆଗାମୀ ଦିନରେ ଆଞ୍ଚଳିକ ସ୍ତରରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଦଶମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୦,୨୩୪ଟି ଅଭିଯୋଗ ମଧ୍ୟରୁ ୮,୭୧୩ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୫ ପ୍ରତିଶତ ଅଟେ । ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସରେ ରହିଛି ।
ଦୀର୍ଘ ୩୦ ବର୍ଷ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ଦୀର୍ଘ ୨୪ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ପାଇଁ ସ୍ଥିରୀକୃତ ହୋଇଥିବା କ୍ୱାଟର୍ସରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରହୁନଥିବାରୁ ଅଭିଯୋଗ ପ୍ରକୋଷ୍ଠକୁ ନେଇ କୌଣସି ସମସ୍ୟା ହୋଇ ନ ଥିଲା । ଏପରିକି ସରକାର ବଦଳିବା ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଅଧିକ ବ୍ୟବସ୍ଥିତ କରିବା ପାଇଁ ଏହାର ନବୀକରଣ କରାଯାଇଥିଲା । କିନ୍ତୁ ଏବେ ତାହାର ଠିକଣା ବଦଳିଛି ।

Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri