ନର୍ସିଂହୋମରେ ପ୍ରସୂତି, ନବ ଜାତକଙ୍କ ମୃତ୍ୟୁଘଟଣା: ଅଭିଯୁକ୍ତା ମହିଳା ସ୍ବାସ୍ଥ୍ୟକର୍ମୀ ଗଲେ ଜେଲ୍‌

ଦିଗପହଣ୍ଡି,୧୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡରେ ଥିବା ଏକ ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ପ୍ରସୂତି ଏବଂ ନବଜାତକଙ୍କ ମତ୍ୟୁ ଘଟଣାରେ ମହିଳାଙ୍କ ସ୍ବାମୀ ବାବୁ ନାୟକ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୭୪/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ।
ସୋମବାର ଏହି ମାମଲାରେ ସମ୍ପୃକ୍ତ ଜଣେ ଅଭିଯୁକ୍ତାଙ୍କୁ ତଦନ୍ତକାରୀ ଅଧିକାରୀ ଏସଆଇ ଜ୍ୟୋତି ରଞ୍ଜନ ବେହେରା ଗିରଫକରି ବିଳମ୍ବିତ ସନ୍ଧ୍ୟାରେ କୋର୍ଟଚାଲାଣ କରିଛନ୍ତି। ଅଭିଯୁକ୍ତା ଜଣକ ହେଲେ ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ବୈକୁଣ୍ଠ ନଗର ୪ର୍ଥ ଲେନରେ ରହୁଥିବା ମଧୁ ଓରଫ ମଧୁସ୍ମିତା ପଟ୍ଟନାୟକ। ସେ ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀଭାବେ କାର୍ଯ୍ୟକରନ୍ତି। ଅଭିଯୁକ୍ତାଙ୍କ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

ସୂଚନାନୁଯାୟୀ, ଡେଙ୍ଗାଓସ୍ତା ଗ୍ରାମ ନିକଟ ସିଙ୍ଗପୁରର ରୋଜି ପ୍ରାୟ ବର୍ଷକ ପୂର୍ବେ କରାଖଣ୍ଡି ଗ୍ରାମର ବାବୁ ନାୟକଙ୍କୁ ବିବାହ କରିଥିଲେ। ବାବୁ ଗୁଜୁରାଟର ଏକ ଘରୋଇ କମ୍ପାନୀରେ କାମ କରନ୍ତି। ରୋଜି ଗର୍ଭବତୀ ହେବାପରେ ସିଙ୍ଗପୁର ଗ୍ରାମର ବାପଘରେ ରହୁଥିଲେ। ସେ ପ୍ରାୟ ୯ ମାସର ଗର୍ଭବତୀ ଥିଲେ। ରବିବାର ମଧ୍ୟାହ୍ନରେ ପେଟରେ ଯନ୍ତ୍ରଣା ହେବାରୁ ବାପଘର ଲୋକେ ତାଙ୍କୁ ଉକ୍ତ ନର୍ସିଂହୋମ ରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଆଲଟ୍ରାସାଉଣ୍ଡ କରାଯାଇଥିଲା। ପରେ ତାଙ୍କ ଅଧିକ ପ୍ରସବ ବେଦନା ହେବାରୁ ଉପସ୍ଥିତ ନର୍ସିଂହୋମ କର୍ମଚାରୀ ବୃନ୍ଦ ତାଙ୍କ ପ୍ରସବ କରାଇବା ପାଇଁ ରୋଜିଙ୍କ ପରିବାର ଲୋକଙ୍କୁ କହିଥିଲେ। ସେଠାରେ ତାଙ୍କ ପ୍ରସବ କରାଯାଇଥିଲା। ଏକ ମୃତ ଶିଶୁପୁତ୍ର ଜନ୍ମ ହେବାପରେ ରାତି ପ୍ରାୟ ୧୦ଟାରେ ରୋଜିଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ସେଠାରେ ତାଙ୍କ ମୃତ୍ୟୁ ଘଟିଥିଲେ ମଧ୍ୟ ନର୍ସିଂହୋମ କର୍ତ୍ତୃପକ୍ଷ ରୋଜିଙ୍କ ପରିବାରଲୋକଙ୍କୁ ନ ଜଣାଇ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଦର୍ଶାଇ ୧୦୨ ଆମ୍ବୁଲାନ୍ସ ଡ଼କାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଥିଲେ। ପରେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ତାଙ୍କୁ କରାଖଣ୍ଡି ଗ୍ରାମକୁ ନିଆଯାଇ ସୋମବାର ଗାଁ ଶ୍ମଶାନ ରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ଜଣାପଡିଛି। ଘଟଣା ପରଠାରୁ ନର୍ସିଂହୋମ ବନ୍ଦ ରହିଛି। ଖବରପାଇ ରୋଜି ଙ୍କ ସ୍ବାମୀ ବାବୁ ଘରେ ପହଞ୍ଚିଥିଲେ। ସ୍ତ୍ରୀ ଙ୍କ ମୃତ୍ୟୁ ରେ ସେ ଗଭୀର ମର୍ମାହତ ହୋଇପଡ଼ିଥିଲେ। ତାଙ୍କ ମା’ ତାଙ୍କୁ ଫୋନ୍‌ କରି ସ୍ତ୍ରୀ ଏବଂ ପୁଅ ମୃତ୍ୟୁ ନେଇ ଜଣାଇଥିବା ସେ କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?