ଏକ ମାସ ଜେଲରେ ରହିବା ପରେ ଜଣାଗଲା ନାବାଳକ

ବ୍ରହ୍ମପୁର ଅଫିସ,୫ା୮:ବେଆଇନ ଭାବେ ମଦ ଚାଲାଣ କରୁଥିବା ଅଭିଯୋଗରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳକାରାଗାରରେ ଏକ ମାସ ବିଚାରାଧୀନ ବନ୍ଦୀ ଭାବେ ରହିବା ପରେ ଜଣେ ଅଭିଯୁକ୍ତ ନାବାଳକ ବୋଲି ପ୍ରମାଣିତ ହୋଇଛି। କୋର୍ଟ ନିର୍ଦ୍ଦେଶ ପ୍ରକାରେ ତାଙ୍କୁ ମଣ୍ଡଳ କାରାଗାରରୁ ଜୁଭେନାଇଲ ଜଷ୍ଟିସ ବୋର୍ଡ଼ରେ ହାଜର କରାଯାଇଥିଲା। ଗତ ୧ ତାରିଖରେ ଉକ୍ତ ନାବାଳକଙ୍କ ପାଇଁ ବ୍ରହ୍ମପୁରରେ ଥିବା ସ୍ବତନ୍ତ୍ର ପର୍ଯ୍ୟବେକ୍ଷଣ ଆବାସକୁ ପଠାଇ ଦିଆଯାଇଥିଲା। ତଦନ୍ତକାରୀ ଅଧିକାରୀ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ ବେଳେ ଠିକ ବୟସ ପ୍ରମାଣପତ୍ର ଦାଖଲ କରି ନ ଥିବାରୁ ଏଭଳି ସମସ୍ୟା ଦେଖିବାକୁ ମିଳିଛି। ପୁରୁଷୋତ୍ତମପୁର ଥାନା ପୋଲିସ ଜୁଲାଇ ୧ ରାତିରେ ଋଷିପୁର ଛକରୁ ବେଆଇନ ଭାବେ ଦେଶୀ ମଦ ଚାଲାଣ ଅଭିଯୋଗରେ ଜଣେ ଯୁବକଙ୍କୁ କାବୁ କରିଥିଲା। ମାମଲା ନଂ. ୩୬୭/୨୨ ରେ ତାଙ୍କୁ କୋର୍ଟ ଚାଲାଣ କରିଥିଲା। କୋର୍ଟ ନିର୍ଦ୍ଦେଶ ଅନୁଯାୟୀ ତାଙ୍କୁ ମଣ୍ଡଳକାରାଗାରକୁ ପଠାଇ ଦିଆଯାଇଥିଲା। ପରିବାର ଲୋକ ତାଙ୍କୁ ନାବାଳକ ବୋଲି ଦାବି କରି ତାଙ୍କ ଓକିଲ ସୁରେନ୍ଦ୍ର ବେହେରାଙ୍କୁ ଜଣାଇଥିଲେ। ଆଇନଜୀବୀ ବେହେରା ନାବାଳକ ଥିବା ଦର୍ଶାଇ ଛତ୍ରପୁର ଏଡ଼ିଜେଙ୍କ କୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। କୋର୍ଟ ଏହାର ଶୁଣାଣି କରିବା ସହ ଜନ୍ମ ପ୍ରମାଣ ପତ୍ର କିମ୍ବା ସରକାରୀ ତାଲିକା ପଞ୍ଜୀକୃତ ପ୍ରମାଣପତ୍ର ଦାଖଲ କରିବାକୁ ଆଦେଶ କରିଥିଲେ। ଅଭିଯୁକ୍ତ ପୂର୍ବରୁ ୮ମ ଶ୍ରେଣୀରେ ପଢ଼ୁଥିବା କେ.ଦେଓଗାଁ ନୋଡାଲ ହାଇସ୍କୁଲରୁ ଟ୍ରାନ୍ସଫର ସାର୍ଟିଫିକେଟ (ଟିସି) ବାହାର କରିଥିଲେ। ସେଥିରେ ତାଙ୍କର ଜନ୍ମ ତାରିଖ ୨୦୦୪ ଅଗଷ୍ଟ ୧୬ ବୋଲି ଲେଖାଯାଇଥିଲା। ଜନ୍ମ ତାରିଖ ଅନୁସାରେ ଗିରଫ ସମୟରେ ନାବାଳକଙ୍କୁ ୧୭ବର୍ଷ ୧୦ମାସ ୧୫ ଦିନ ହୋଇଥିଲା ବୋଲି ଓକିଲ ବେହେରା କହିଛନ୍ତି। ଗତ ୧ ତାରିଖରେ ଉକ୍ତ ତାଙ୍କୁ ଜେଜେବିରେ ହାଜର କରାଯାଇଥିଲା। ପରେ ତାଙ୍କୁ ସ୍ବତନ୍ତ୍ର ପର୍ଯ୍ୟବେକ୍ଷଣ ଗୃହକୁ ପଠାଇ ଦିଆଯାଇଥିଲା। ତାଙ୍କ ଜାମିନ ପାଇଁ ଆବେଦନ କରାଯାଇଥିଲା। ବୁଧବାର ଜାମିନରେ ମୁକୁଳିଥିବା ଓକିଲ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri