ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ, କେରଳରୁ ଗିରଫ ହେଲେ ଅଭିଯୁକ୍ତ

ବୁଗୁଡ଼ା,୨୩ା୧୦(କାଳୀଚରଣ ଦାଶ): ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ସୁଦୂର କେରଳରୁ ଗିରଫ କରିଥିବା ବେଳେ ଅପହୃତ ନାବାଳିକାଙ୍କୁ ଉଦ୍ଧାର କରିଛି l ଗିରଫ ଅଭିଯୁକ୍ତ ହେଲେ ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଅନ୍ତରପଡା ଗ୍ରାମର ବିଶିକେଶନ ବିଷୋୟୀଙ୍କ ପୁତ୍ର ସୁନୀଲ ବିଷୋୟୀ(୨୧) l ଏ ନେଇ ବୁଗୁଡ଼ା ଥାନାରେ କେସ୍‌ ନଂ ୨୯୮/୨୪ରେ ଏକ ମାମଲା ରୁଜୁ ହୋଇଥିବା ଜଣାଯାଇଛି। ସୁନୀଲ ଟାଇଲ ମିସ୍ତ୍ରୀ ଭାବେ କାମ କରୁଥିବା ବେଳେ ସମ୍ପୃକ୍ତ ନାବାଳିକାକୁ ପ୍ରେମ ଜାଲରେ ଫସାଇ ଗତ ଅପ୍ରେଲ ୨୧ ତାରିଖରେ ଅପହରଣ କରି ନେଇଥିଲେ। ପ୍ରଥମେ ହାଇଦ୍ରାବାଦ ଯାଇ ଏକ ମନ୍ଦିରରେ ନାବାଳିକାଙ୍କୁ ଶଙ୍ଖା ସିନ୍ଦୂର ପିନ୍ଧାଇବା ପରେ କେରଳର ଅର୍ଣ୍ଣାକୁଲମ ଚାଲି ଯାଇଥିଲେ। ଏ ନେଇ ନାବାଳିକାଙ୍କ ପିତା ବାଲିପଦର ଫାଣ୍ଡିରେ ଏତଲା ଦେବା ପରେ ପୋଲିସ ସେହିଦିନଠାରୁ ଅଭିଯୁକ୍ତଙ୍କ ତଲାସରେ ଥିଲା। ମୋବାଇଲ ଟ୍ରାକିଂରୁ ଲୋକେସନ ଜଣାପଡ଼ିବା ପରେ ବାଲିପଦର ଫାଣ୍ଡି ଅଧିକାରୀ ନୀଳାଦ୍ରି ରେଡ୍ଡୀଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ଅର୍ଣ୍ଣାକୁଲମରେ ପହଞ୍ଚି ଉଭୟଙ୍କୁ ମଙ୍ଗଳବାର ବୁଗୁଡ଼ା ଥାନାକୁ ଆଣିଥିଲେ l ଉଭୟଙ୍କ ଡାକ୍ତରୀ ମାଇନା ପରେ ପୋଲିସ ଅଭିଯୁକ୍ତ ସୁନୀଲକୁ ଗିରଫ କରି ଭଞ୍ଜନଗର ଜେଲ ହାଜତକୁ ପଠାଇଥିବା ବେଳେ ନାବାଳିକାଙ୍କୁ ବ୍ରହ୍ମପୁର ଜୁଭେନାଇଲ କୋର୍ଟରେ ହାଜର କରାଯାଇଥିବାର ପୋଲିସ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri