ଦୁର୍ଘଟଣା ପରେ ପୋଡ଼ାଜଳା: ପୋଲିସ-ଜନତା ମୁହାଁମୁହିଁ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଅଁରା-ଫୁଲଝର ରାସ୍ତା ନିକଟରେ ପ୍ଲାଣ୍ଟ ରାସ୍ତାରେ ବୁଧବାର ରାତିରେ ଏକ ହାଇଓ୍ବା (ଓଡି ୦୯ଜେଡ୍‌/ ୧୯୦୮)ଧକ୍କାରେ ସ୍ଥାନୀୟ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମ ସନ୍ତୋଷ ଦେହୁରୀ ଓ ଘର ବିନିନ୍ଦା ଗ୍ରାମରେ ବୋଲି ଜଣାପଡ଼ିଛି। ଖବର ପାଇ ଉତ୍ତ୍ୟକ୍ତ ଲୋକେ ପହଞ୍ଚି ଟ୍ରକ୍‌ଟିକୁ ପୋଡ଼ି ଦେଇଥିଲେ। ଖବର ପାଇ ପୋଲିସ ପହଞ୍ଚି ଥିଲେ ହେଁ ସେଠାରେ ଉତ୍ତ୍ୟକ୍ତ ଲୋକଙ୍କ ସହିତ ମୁହାଁମୁହିଁ ହୋଇଥିଲେ। ଏଥିରେ ଶୁଆକାଟି ଫାଣ୍ଡି ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ତାଙ୍କୁ ରାତିରେ ପ୍ରଥମେ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ଜିଲା ମୁଖ୍ୟ ଡାକ୍ତରଖାନାଙ୍କୁ ପଠାଇଥିଲେ। ପରେ ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଗୁରୁବାର ସକାଳେ ପଠାଯାଇଛି। ତେବେ ତାଙ୍କ ସହିତ ଯାଇଥିବା ଜଣେ ପୋଲିସ କର୍ମଚାରୀଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ତାଙ୍କୁ ୧୦୮ ଆମ୍ବୁଲାନ୍ସ ରେ ମେଡ଼ିକାଲ ଅଣାଯାଇଥିବା ବେଳେ ମୃତଦେହ ମେଡ଼ିକାଲ ସ୍ଥାନାନ୍ତର କରାଯାଇଥିଲା। ଫଳରେ ସାମୟିକ ଭାବେ ଉତ୍ତେଜନା କମିଥିଲା।
ଅନ୍ୟପକ୍ଷରେ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ପରେ ଉତ୍ତ୍ୟକ୍ତ ଲୋକେ ହାଇଓ୍ବାଟିକୁ ଜାଳି ଦେଇଥିଲେ। ପରିବାର ଲୋକ ତଥା ଗ୍ରାମବାସୀ ରାତି ତମାମ ମୃତଦେହକୁ ଜଗିରହି କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରି ଆନ୍ଦୋଳନରେ ବସିଥିଲେ। ପରେ ପୋଲିସ ପହଞ୍ଚି ଲାଠିଚାର୍ଜ କରି ଅଧିକାଂଶ ଲୋକଙ୍କୁ ଦୁର୍ଘଟଣାସ୍ଥଳରୁ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରୁ ଦୁଇ କିଲୋମିଟର ଦୂର ବିନିନ୍ଦା ଗାଁରେ ପୋଲିସ ଫୋର୍ସ ପହଞ୍ଚି ଘର ତାଟି କବାଟ ଭାଙ୍ଗି ଲୋକଙ୍କୁ ଉଠାଇ ନେଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଉକ୍ତ ଗ୍ରାମ ଏବେ ଜନ ଶୂନ୍ୟ ହୋଇଥିବା ବେଳେ ଚାପା ଉତ୍ତେଜନା ଲାଗି ରହିଛି। ଏ ନେଇ ପୋଲିସ ଦୁର୍ଘଟଣା ଉତ୍ତେଜନା ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଉଦ୍ୟମ ଜାରି ରଖିଛି। ଏହାକୁ ନେଇ ପୋଲିସ ସଠିକ୍‌ କୌଣସି ସୂଚନା ଦେଉ ନ ଥିଲେ ହେଁ ପାଖାପାଖି ୨୫ ଜଣଙ୍କୁ ଗ୍ରାମରୁ ଉଠାଇ ଥାନାକୁ ଆଣିଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri