ସିଙ୍ଘମ-୩ରେ ଅଜୟ, କରିନାଙ୍କ ପରେ ଏବେ ଅକ୍ଷୟଙ୍କ ଏଣ୍ଟ୍ରି…

ମୁମ୍ବାଇ : ପ୍ରଶଂସକମାନେ ଅଜୟ ଦେବଗାନଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ସିଙ୍ଘମ-୩ କୁ ଦୀର୍ଘ ସମୟ ଧରି ଅପେକ୍ଷା କରି ରହିଥିଲେ। ସବୁଥର ପରି ଏଥର ମଧ୍ୟ ଏହି ଚଳଚ୍ଚିତ୍ରଟିକୁ ରୋହିତ ଶେଟ୍ଟି ନିର୍ଦ୍ଦେଶନା ଦେଉଛନ୍ତି। ଖବର ଅଛି କରୀନା କପୁର ଏହି ଚଳଚ୍ଚିତ୍ରରେ ଅଜୟଙ୍କ ବିପକ୍ଷରେ ନଜର ଆସିବେ। ଏହା ସହିତ କରୀନାଙ୍କ ପରେ ଅକ୍ଷୟ କୁମାର ଏହି ଫିଲ୍ମରେଏଣ୍ଟ୍ରି କରିବାକୁ ଯାଉଛନ୍ତି ବୋଲି କୁହାଯାଉଛି। ଖୁବ ଶୀଘ୍ର ଫିଲ୍ମର ଶୁଟିଂ ଆରମ୍ଭ ହେବ।

ମନୋରଞ୍ଜନ ପୋର୍ଟାଲ ପିଙ୍କଭିଲା ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି ଅକ୍ଷୟ କୁମାର ସୂର୍ଯ୍ୟବଂଶୀରେ ତାଙ୍କର ଭୂମିକାରେ ଅକ୍ଟୋବର ୯ ରୁ ଶୁଟିଂ ଆରମ୍ଭ କରିବେ। ସେ ଫିଲ୍ମର ସୁଟିଂ ପାଇଁ ୮ ଅକ୍ଟୋବରରେ ହାଇଦ୍ରାବାଦରେ ପହଞ୍ଚିଥିଲେ। ଅକ୍ଷୟ ଏକ ସପ୍ତାହ ମଧ୍ୟରେ ହାଇଦ୍ରାବାଦରେ ନିଜର କାର୍ଯ୍ୟସୂଚୀ ଶୂଟିଂ କରିବେ। ରିପୋର୍ଟ ଅନୁଯାୟୀ, ହାଇଦ୍ରାବାଦର ରାମୋଜି ଫିଲ୍ମସିଟିରେ ଅଜୟ ଦେବଗନ, କରୀନା କପୁର ଖାନ ଏବଂ ରଣଭୀର ସିଂ ଏହି ଫିଲ୍ମର ଶୁଟିଂ କରିସାରିଛନ୍ତି।

ନିକଟରେ କରୀନା କପୁର ଖାନ ବିମାନବନ୍ଦର ଯିବାବେଳେ ନିଜ ଇନଷ୍ଟାଗ୍ରାମ ଷ୍ଟୋରୀରେ ସେଲଫି ଶେୟାର କରିଥିଲେ। ସେ ଫଟୋ କ୍ୟାପଶନରେ ଲେଖିଥିଲେ, ରାମୋଜି ଫିଲ୍ମସିଟିକୁ ଯିବା ବାଟରେ ମୁଁ ଠିକ ଅଛି…।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri