Posted inଖେଳ

ସବୁ କିଛି ପରେ ବି ଜିତିପାରିଲା ନାହିଁ ଭାରତ

କାନପୁର,୨୯।୧୧: ସବୁ କିଛି ପରେ ମଧ୍ୟ ଟିମ୍‌ ଇଣ୍ଡିଆ ସପକ୍ଷରେ ଯାଇ ନାହିଁ କାନପୁର ଟେଷ୍ଟର ଫଳାଫଳ। ଶେଷରେ ଡ୍ର’ ସହ ଶେଷ ହୋଇଛି ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌। ୨୦୧୮ ପରେ ପ୍ରଥମ ଥର ପାଇଁ ଭାରତରେ କୌଣସି ଟେଷ୍ଟ ମ୍ୟାଚ୍‌ ଅମୀମାଂସିତ ଭାବେ ଶେଷ ହୋଇଛି। ଏଥିଲାଗି ଆଲୋକ ଅଭାବକୁ ଦାୟୀ କରାଯାଇପାରେ। କାରଣ ଆଲୋକ ଜନିତ ସମସ୍ୟା ଛିଡ଼ା ହୋଇ ନ ଥିଲେ ଭାରତୀୟ ଦଳକୁ ଆହୁରି କିଛି ଓଭର ମିଳିପାରିଥାନ୍ତା।

ମ୍ୟାଚ୍‌ର ଅନ୍ତିମ ତଥା ୫ମ ଦିନ ଭାରତକୁ ଜିତିବା ପାଇଁ ୯ ଉଇକେଟ ଦରକାର ଥିଲା। ପ୍ରଥମ ସେସନରେ ଭାରତୀୟ ବୋଲରଙ୍କୁ ନିରାଶ କରିଥିଲେ ଟମ ଲଥାମ (୫୨) ଓ ନାଇଟ୍‌ ଓ୍ବାଚମ୍ୟାନ୍‌ ଓ୍ବିଲିୟମ ସମରଭିଲ (୩୬)। ମାତ୍ର ଦ୍ୱତୀୟ ସେସନରେ ୩ ଉଇକେଟ ନେଇ ମ୍ୟାଚ୍‌ରେ ବିଜୟ ସମ୍ଭାବନା ସୃଷ୍ଟି କରିଥିଲେ ଭାରତୀୟ ସ୍ପିନର। ତା’ ପରେ ଅନ୍ତିମ ସେସନରେ ୧୮ ଓଭର ଓଭର ମଧ୍ୟରେ ରବୀନ୍ଦ୍ର ଜାଡେଜା ଓ ରବିଚନ୍ଦ୍ରନ ଅଶ୍ୱିନ ୫ ଉଇକେଟ ନେଇ ସାରିଥିଲେ। ଅନ୍ତିମ ୮ ଓଭରରେ ଭାରତକୁ ଜିତିବା ପାଇଁ ଦରକାର ଥିଲା ଗୋଟିଏ ଉଇକେଟ। ଶେଷ ଉଇକେଟ ଲାଗି ଭାରତୀୟ ଅଧିନାୟକ ଅଜିଙ୍କ୍ୟ ରାହାନେ ବ୍ୟାଟରଙ୍କ ଚାରିଆଡ଼େ ୮ ଫିଲ୍ଡର ଲଗାଇଥିଲେ। ଏହାସତ୍ତ୍ୱେ ଭାରତୀୟ ଦଳ ମ୍ୟାଚ୍‌ ଜିତିପାରି ନ ଥିଲା। ଭ୍ରମଣକାରୀ ନ୍ୟୁଜିଲାଣ୍ଡ ୯ ଉଇକେଟ ହରାଇ ୧୬୫ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ପୂର୍ବରୁ ପ୍ରଥମ ଇନିଂସରେ ଭାରତ ୩୪୫ ରନ୍‌ କରିଥିବା ବେଳେ ୨୯୬ ରନ୍‌ କରିଥିଲା ନ୍ୟୁଜିଲାଣ୍ଡ। ତା’ ପରେ ଟିମ୍‌ ଇଣ୍ଡିଆ ଦ୍ୱିତୀୟ ଇନିଂସରେ ୭ ଉଇକେଟ ହରାଇ ୨୩୪ ରନ୍‌ କରି ପାଳି ଘୋଷଣା କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri