Posted inଖେଳ

ସବୁ କିଛି ପରେ ବି ଜିତିପାରିଲା ନାହିଁ ଭାରତ

କାନପୁର,୨୯।୧୧: ସବୁ କିଛି ପରେ ମଧ୍ୟ ଟିମ୍‌ ଇଣ୍ଡିଆ ସପକ୍ଷରେ ଯାଇ ନାହିଁ କାନପୁର ଟେଷ୍ଟର ଫଳାଫଳ। ଶେଷରେ ଡ୍ର’ ସହ ଶେଷ ହୋଇଛି ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌। ୨୦୧୮ ପରେ ପ୍ରଥମ ଥର ପାଇଁ ଭାରତରେ କୌଣସି ଟେଷ୍ଟ ମ୍ୟାଚ୍‌ ଅମୀମାଂସିତ ଭାବେ ଶେଷ ହୋଇଛି। ଏଥିଲାଗି ଆଲୋକ ଅଭାବକୁ ଦାୟୀ କରାଯାଇପାରେ। କାରଣ ଆଲୋକ ଜନିତ ସମସ୍ୟା ଛିଡ଼ା ହୋଇ ନ ଥିଲେ ଭାରତୀୟ ଦଳକୁ ଆହୁରି କିଛି ଓଭର ମିଳିପାରିଥାନ୍ତା।

ମ୍ୟାଚ୍‌ର ଅନ୍ତିମ ତଥା ୫ମ ଦିନ ଭାରତକୁ ଜିତିବା ପାଇଁ ୯ ଉଇକେଟ ଦରକାର ଥିଲା। ପ୍ରଥମ ସେସନରେ ଭାରତୀୟ ବୋଲରଙ୍କୁ ନିରାଶ କରିଥିଲେ ଟମ ଲଥାମ (୫୨) ଓ ନାଇଟ୍‌ ଓ୍ବାଚମ୍ୟାନ୍‌ ଓ୍ବିଲିୟମ ସମରଭିଲ (୩୬)। ମାତ୍ର ଦ୍ୱତୀୟ ସେସନରେ ୩ ଉଇକେଟ ନେଇ ମ୍ୟାଚ୍‌ରେ ବିଜୟ ସମ୍ଭାବନା ସୃଷ୍ଟି କରିଥିଲେ ଭାରତୀୟ ସ୍ପିନର। ତା’ ପରେ ଅନ୍ତିମ ସେସନରେ ୧୮ ଓଭର ଓଭର ମଧ୍ୟରେ ରବୀନ୍ଦ୍ର ଜାଡେଜା ଓ ରବିଚନ୍ଦ୍ରନ ଅଶ୍ୱିନ ୫ ଉଇକେଟ ନେଇ ସାରିଥିଲେ। ଅନ୍ତିମ ୮ ଓଭରରେ ଭାରତକୁ ଜିତିବା ପାଇଁ ଦରକାର ଥିଲା ଗୋଟିଏ ଉଇକେଟ। ଶେଷ ଉଇକେଟ ଲାଗି ଭାରତୀୟ ଅଧିନାୟକ ଅଜିଙ୍କ୍ୟ ରାହାନେ ବ୍ୟାଟରଙ୍କ ଚାରିଆଡ଼େ ୮ ଫିଲ୍ଡର ଲଗାଇଥିଲେ। ଏହାସତ୍ତ୍ୱେ ଭାରତୀୟ ଦଳ ମ୍ୟାଚ୍‌ ଜିତିପାରି ନ ଥିଲା। ଭ୍ରମଣକାରୀ ନ୍ୟୁଜିଲାଣ୍ଡ ୯ ଉଇକେଟ ହରାଇ ୧୬୫ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ପୂର୍ବରୁ ପ୍ରଥମ ଇନିଂସରେ ଭାରତ ୩୪୫ ରନ୍‌ କରିଥିବା ବେଳେ ୨୯୬ ରନ୍‌ କରିଥିଲା ନ୍ୟୁଜିଲାଣ୍ଡ। ତା’ ପରେ ଟିମ୍‌ ଇଣ୍ଡିଆ ଦ୍ୱିତୀୟ ଇନିଂସରେ ୭ ଉଇକେଟ ହରାଇ ୨୩୪ ରନ୍‌ କରି ପାଳି ଘୋଷଣା କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri