ଆମେରିକା ପରେ ଜାପାନ, ଅଷ୍ଟ୍ରିୟାରେ ଶୀତ ପ୍ରକୋପ, ବରଫ ଝଡ଼ରେ ୪୧ ଆମେରିକୀୟଙ୍କର ମୃତ୍ୟୁ

ନ୍ୟୁୟର୍କ/ଟୋକିଓ/ଫ୍ରାଙ୍କଫୋର୍ଟ.୨୭ ।୧୨: ବିଶ୍ୱର କିଛି ଅଂଶରେ ଶୀତ ପ୍ରକୋପ ବଢିବା ସହ ବରଫ ଝଡ଼ ଯୋଗୁ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ଆମେରିକାରେ ହୋଇଥିବା ଘୂର୍ଣ୍ଣିଝଡ଼ ‘ବମ’ ପ୍ରଭାବରେ ଏବେ ପର୍ଯ୍ୟନ୍ତ ୪୧ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି । ଏପଟେ ଜାପାନରେ ତୁଷାରପାତ ଫଳରେ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ଜାପାନରେ ତୁଷାରପାତ ଯୋଗୁ ପ୍ରାୟ ୯୩ ଜଣ ଆହତ ବି ହୋଇଛନ୍ତି । ଏଠାରେ ଶହ ଶହ ଘରକୁ ବିଜୁଳି ଯୋଗଣ ବନ୍ଦଥିବା ବେଳେ ଅନ୍ୟପଟେ ୟୁରୋପର ଅଷ୍ଟ୍ରିୟାରେ ହିମସ୍ଖଳନ ଯୋଗୁ ପ୍ରାୟ ୧୦ ଜଣ ନିଖୋଜ ଥିବା ଜଣାପଡିଛି ।

ଖ୍ରୀଷ୍ଟମାସ ସମୟରେ ଆମେରିକାରେ ଆସିଥିବା ବରଫ ଝଡ଼ ଫଳରେ ପ୍ରାୟ ୨୦ କୋଟି ଲୋକ ପ୍ରଭାବିତ ହୋଇଥିଲେ । ଏବେ ସେଠାରେ ଅତ୍ୟଧିକ ଥଣ୍ଡା ଯୋଗୁ ପ୍ରାୟ ୪୧ ଜଣଙ୍କ ମୃତ୍ୟୁ ହେଲାଣି । ଏପଟେ କାନାଡାରେ ବି ପ୍ରାୟ ୪ ଜଣଙ୍କ ମୃତ୍ୟୁ ହୋଇଛି । ବରଫ ଝଡ଼ର ପ୍ରଭାବ ପ୍ରାୟ ମେକ୍ସିକୋ ପର୍ଯ୍ୟନ୍ତ ଦେଖିବାକୁ ମିଳିଛି । ଏଠାରେ ରୋଗୀଙ୍କ ପର୍ଯ୍ୟନ୍ତ ଆମ୍ବୁଲାନ୍ସ ପହଞ୍ଚିପାରୁ ନ ଥିବା ବେଳେ ଅନେକ ସ୍ଥାନରେ ବିଜୁଳି ଯୋଗାଣ ବାଧାପ୍ରାପ୍ତ ହୋଇଛି । ସବୁଠାରୁ ଅଧିକ ପ୍ରଭାବି ହୋଇଛି ନ୍ୟୁୟର୍କ ଓ ମୋଟାନା ସହର । ଏଠାରେ ତାପମାତ୍ରା ମାଇନସ ୪୫ ଡିଗ୍ରୀ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri