ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା । ଚିକିତ୍ସାଧୀନ ଅବସ୍ଥାରେ ବର୍ତ୍ତମାନ ତାଙ୍କ ସ୍ବାମୀଙ୍କର ମଧ୍ୟ ମୃତ୍ୟୁ ହୋଇଛି ।

ଖବର ଅନୁସାରେ, ମଙ୍ଗଳବାର ରାତିରେ ଷ୍ଟାଫ୍ କ୍ୱାର୍ଟରେ ଦମୟନ୍ତୀ ବାରିକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା । ଶୋଇଥିବା ଘରେ ସେ ପୋଡ଼ି ଯାଇ ମୃତ୍ୟୁ ହୋଇଥିଲା। ତେବେ ବଲାଙ୍ଗିର ସଦର ଏସଡିପିଓ ସରୋଜ ଉପାଧ୍ୟାୟ ଘଟଣାକୁ ନେଇ କହିଛନ୍ତି ଯେ, ଏଏନଏମ ମହିଳାଙ୍କୁ ତାଙ୍କ ସ୍ବାମୀ ଉପେନ୍ଦ୍ର କାଲସାଏ (୬୦) ପିଟିପିଟି ମାରି ଦେଇଥିଲେ ଏବଂ ଏହା ପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ଏହି ସମୟରେ ସେ ନିଜେ ମଧ୍ୟ ପୋଡି ଯାଇଥିଲେ ।

ମୃତ ଏଏନଏମଙ୍କ ସ୍ବାମୀ ମଧ୍ୟ ପୋଡି ଯାଇ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିଲା ଏଏନଏମଙ୍କ ମୁଣ୍ଡ ଓ ଦେହରେ ଗଭୀର ଆଘାତ ଲାଗିଥିବା ଦେଖିବାକୁ ପାଇଥିଲେ । ପୋଲିସ ସାଇଣ୍ଟିଫିକ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ରାମଚନ୍ଦ୍ରପୁର ସରକାରୀ କ୍ୱାର୍ଟରରେ ସ୍ବାମୀ ସ୍ତ୍ରୀ ରହୁଥିବା ବେଳେ ପୁଅ ଝିଅ ବାହାରେ ରହି ପଢ଼ୁଥିବା ଜଣାପଡ଼ିଛି । ପାରିବାରିକ କଳହରୁ ଏହି କାଣ୍ଡ ଘଟିଥିବା କୁହାଯାଉଛି। ଏନେଇ ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri