Posted inଜାତୀୟ

ଦାୟିତ୍ୱ ଗ୍ରହଣ ପରେ ଖାର୍ଗେଙ୍କ ଘୋଷଣା, ୫୦ ବର୍ଷରୁ କମ୍‌ ବୟସ୍କ ନେତାଙ୍କୁ ସଂଗଠନର ୫୦ ପ୍ରତିଶତ ପଦବୀ…

ନୂଆଦିଲ୍ଲୀ,୨୬।୧୦ : କଂଗ୍ରେସ ଦଳର ନବନିର୍ବାଚିତ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ତାଙ୍କ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ସମେତ ଦଳର ସମସ୍ତ ବହୁ ବଡ ନେତା ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କଂଗ୍ରେସ ନେତାମାନଙ୍କୁ ସମ୍ବୋଧିତ କରି ଖାର୍ଗେ କହିଛନ୍ତି ଯେ ଜଣେ ସାଧାରଣ କର୍ମୀଙ୍କୁ ଅଧ୍ୟକ୍ଷ କରିଥିବାରୁ ମୁଁ ଆପଣଙ୍କୁ ଧନ୍ୟବାଦ ଦେଉଛି।

ଏହା ମୋ ପାଇଁ ଏକ ଭାବପ୍ରବଣତାର ମୁହୂର୍ତ୍ତ। ସୋନିଆ ଗାନ୍ଧୀ ପାର୍ଟିର ପରିଚାଳନା ଯତ୍ନ ସହକାରେ କରିଛନ୍ତି। ମୁଁ ମଧ୍ୟ କଠିନ ପରିଶ୍ରମ ସହିତ ସଚ୍ଚୋଟ ଭାବରେ କାର୍ଯ୍ୟ କରିବି। ଦାୟିତ୍ୱ ଗ୍ରହଣ ପରେ ଖାର୍ଗେ ନୂଆ ଘୋଷଣା କରିଛନ୍ତି। ୫୦ ବର୍ଷରୁ କମ୍‌ ବୟସ୍କ ନେତାଙ୍କ ପାଇଁ ସଂଗଠନର ୫୦ ପ୍ରତିଶତ ପଦବୀ ସଂରକ୍ଷଣ କରିବାକୁ ସେ ଘୋଷଣା କରିଛନ୍ତି।

ଏହା ସହିତ ସେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ନୂଆ ଭାରତରେ ରୋଜଗାର ନାହିଁ। ଦେଶରେ ମୁଦ୍ରାସ୍ଫୀତି ଶିଖରରେ ରହିଛି। ସରକାର ଶୋଇଛନ୍ତି। ଇଡି ଏବଂ ସିବିଆଇ ମାଧ୍ୟମରେ ଲୋକଙ୍କୁ ଟାର୍ଗେଟ କରାଯାଉଛି। ଆଜିର ରାଜନୀତିରେ ମିଥ୍ୟାକୁ ପ୍ରାଧାନ୍ୟ ଦିଆଯାଉଛି ବୋଲି ସେ କେନ୍ଦ୍ର ସରକାରଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?