କ୍ଷୀରରେ ଗାଧୋଇବା ପରେ ପ୍ୟାକ୍‌ କରି ବଜାରରେ କରାଯାଉଛି ବିକ୍ରି!

ଭିଟାମିନ୍‌ରେ ଭରପୂର କ୍ଷୀର ଶରୀର ପାଇଁ ଅତ୍ୟନ୍ତ ଲାଭଦାୟକ। ଏହାର ଉପକାର ସମ୍ପର୍କରେ ପ୍ରାୟ ସମସ୍ତଙ୍କୁ ଜଣା। ତେବେ ଏପରି ଅନେକ ଲୋକ ଅଛନ୍ତି ଯେଉଁମାନେ ପ୍ୟାକେଟ କ୍ଷୀର ଉପରେ ନିର୍ଭରଶୀଳ। ମାତ୍ର ତୁର୍କୀର ଦୁଗ୍ଧ କାରଖାନାର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ବଭାଇରାଲ ହୋଇଛି, ଯାହା ଆପଣଙ୍କୁ ଆଶ୍ଚର୍ଯ୍ୟ କରିଦେବ।

ଭିଡିଓରେ ଜଣେ ବ୍ୟକ୍ତି କାରଖାନାର କ୍ଷୀର ଭର୍ତ୍ତି ଟବ୍‌ରେ ଗାଧୋଉଥିବାର ଦେଖିବାକୁ ମିଳୁଛି। ଏହି ଭିଡିଓ ତୁର୍କୀର ସେଣ୍ଟ୍ରାଲ ଆଣ୍ଟୋଲିଆନ ପ୍ରଦେଶର କୋନିଆର। ପରେ ଏହି କ୍ଷୀରକୁ ପ୍ୟାକ କରାଯାଇ ବଜାରରେ ବିକ୍ରି ହେଉଛି। ଭିଡିଓକୁ ଆଧାର କରି ଉକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଥିଲା ଏବଂ ତାଙ୍କୁ ପୋଲିସ ଗିରଫ କରିଛି। ଏହା ସହିତ ଭିଡିଓ କରିଥିବା ବ୍ୟକ୍ତିଙ୍କୁ ମଧ୍ୟ ପୋଲିସ ଗିରଫ କରିଥିବା ଜଣାପଡ଼ିଛି।

ଏ ନେଇ କମ୍ପାନୀ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, କିଛି କର୍ମଚାରୀ କମ୍ପାନୀକୁ ବଦ୍‌ନାମ କରିବା ପାଇଁ ଏହି ଭିଡିଓ ପ୍ରସ୍ତୁତ କରିଛନ୍ତି। ବ୍ୟକ୍ତି ଜଣକ ଯେଉଁଥିରେ ଗାଧୋଉଛନ୍ତି ତାହା କ୍ଷୀର ନାହିଁ, ସର୍ଫ ପାଣି। ମାମଲାର ତଦନ୍ତ ନ ହେବା ପର୍ଯ୍ୟନ୍ତ ସ୍ଥାନୀୟ ପ୍ରଶାସନ ଦ୍ୱାରା ଉକ୍ତ କମ୍ପାନୀକୁ ବନ୍ଦ କରାଯାଇଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri