Posted inଖେଳ

ବିଶ୍ୱକପ୍‌ ଜିତିଲେ ବିବାହ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ, ୧୨।୭- ଆଫଗାନିସ୍ତାନ କ୍ରିକେଟ୍‌ ଦଳର ଷ୍ଟାର୍‌ ଖେଳାଳି ରଶିଦ୍‌ ଖାନ ନିଜ ବୋଲିଂରେ ବିଭିନ୍ନତା ପାଇଁ ବିଶ୍ୱରେ ବେଶ୍‌ ସଫଳତା ଲାଭ କରିଛନ୍ତି। ୨୦୧୫ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ରଶିଦ୍‌ ବୋଲିଂରେ ଲେଗ୍‌ସ୍ପିନ, ଗୁଗ୍‌ଲୀ, ଗତି ରହୁଥିବାରୁ ବିଶ୍ୱରେ ସେ ଶ୍ରେଷ୍ଠ ସ୍ପିନର ମାନ୍ୟତା ପାଇଛନ୍ତି। ତେବେ ଏକ ସାକ୍ଷାତ୍‌କାର ଅବସରରେ ରଶିଦ୍‌ କହିଛନ୍ତି ଆଫଗାନିସ୍ତାନ ଦଳ ଆଇସିସି ବିଶ୍ୱକପ୍‌ ଜିତିବା ପରେ ହିଁ ସେ ବିବାହ କରିବେ। ତାଙ୍କର ଏହି ମନ୍ତବ୍ୟକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା। ୨୧ ବର୍ଷୀୟ ଏହି ସ୍ପିନର କହିଛନ୍ତି, ‘ବିବାହ ପାଇଁ ପ୍ଲାନ କରିସାରିଛି। କିନ୍ତୁ ମୁଁ ଚାହୁଁଛନ୍ତି ଆଫଗାନିସ୍ତାନ ଟିମ୍‌ ଏଥିପୂର୍ବରୁ ଆଇସିସି ବିଶ୍ୱକପ୍‌ ଜିତି ଯାଉ। ଦଳ ଆଇସିସି ବିଶ୍ୱକପ୍‌ ଜିତିସାରିଲା ପରେ ହିଁ ଯାଇ ବିବାହ କରିବି।’ ୨୦୧୫ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ରଶିଦ୍‌ ବର୍ତ୍ତମାନ ସୁଦ୍ଧା ୪ ଟେଷ୍ଟ, ୭୦ ଦିନିକିଆ ଓ ୪୮ ଟି୨୦ ମ୍ୟାଚ୍‌ ଖେଳି ସାରିଛନ୍ତି। ଦିନିକିଆ ଓ ଟି୨୦ରେ ସେ ଯଥାକ୍ରମେ ୧୩୩ ଓ ୮୯ ଉଇକେଟ୍‌ ହାସଲ କରିଛନ୍ତି। ସେହିଭଳି ଟେଷ୍ଟରେ ସେ ୨୧ ଆଭରେଜରେ ୨୩ ଉଇକେଟ୍‌ ନେଇଛନ୍ତି। ଆଇସିସି ଟି୨୦ ର଼୍ୟାଙ୍କିଙ୍ଗରେ ସେ ବର୍ତ୍ତମାନ ବିଶ୍ୱର ଏକ ନମ୍ବର ବୋଲର। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସେ ସନ୍‌ରାଇଜର୍ସ ହାଇଦ୍ରାବାଦ ପକ୍ଷରୁ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?