Posted inଜାତୀୟ

ମୁଖ୍ୟମନ୍ତ୍ରୀ ହେବା ପରେ ମନ୍ତ୍ରିମଣ୍ଡଳ ଉପରେ ନଜର ରଖିଛନ୍ତି ହେମନ୍ତ ସୋରେନ

ରାଞ୍ଚି,୭।୭: ସମ୍ପ୍ରତି ଝାଡ଼ଖଣ୍ଡରେ ବଡ ରାଜନୈତିକ ବିକାଶ ଦେଖିବାକୁ ମିଳିଛି। ଜୁନ ୨୮ରେ ହେମନ୍ତ ସୋରେନ ଜେଲରୁ ବାହାରିଥିଲେ ଏବଂ ଚମ୍ପାଇ ସୋରେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ହେମନ୍ତ ସୋରେନ ବିରୋଧୀ ଦଳର ବୈଠକରେ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଥିଲେ। ବୈଠକର ପରଦିନ, ଜୁଲାଇ ୪ରେ ହେମନ୍ତ ସୋରେନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଥିଲେ। ବର୍ତ୍ତମାନ ସୋମବାର ଅର୍ଥାତ୍‌ ଜୁଲାଇ ୮ରେ ଝାଡ଼ଖଣ୍ଡରେ କ୍ୟାବିନେଟ ବିସ୍ତାର କରାଯିବ। ଗୁରୁବାର ରାଜ ଭବନରେ କେବଳ ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। କ୍ୟାବିନେଟର ସମ୍ପ୍ରସାରଣ ପରେ ଅନ୍ୟ ସହକର୍ମୀମାନେ ଶପଥ ଗ୍ରହଣ କରିବେ।
ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବା ପରେ ହେମନ୍ତ ସୋରେନ କହିଥିଲେ, ‘୨୦୧୯ପରଠାରୁ ବର୍ତ୍ତମାନର ଗ୍ରାଣ୍ଡ ଆଲାଇନ୍ସ ସରକାର ଝାଡ଼ଖଣ୍ଡର ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସମସ୍ତ କାର୍ଯ୍ୟ କରିଛନ୍ତି। ରାଜନୈତିକ ଉତଥାନ-ପତନ ସମୟରେ ଚମ୍ପାଇ ସୋରେନ ସମାନ ପଦକ୍ଷେପ ନେଇଥିଲେ। ବର୍ତ୍ତମାନ କୋର୍ଟଙ୍କ ନିର୍ଦ୍ଦେଶ ପରେ ମୁଁ ବାହାରକୁ ଆସିପାରିଛି। ଅନ୍ୟପକ୍ଷରେ ଝାଡ଼ଖଣ୍ଡ କଂଗ୍ରେସ ନେତା ଅଜୟ କୁମାର କହିଛନ୍ତି ଯେ ଚଳିତ ବର୍ଷ ରାଜ୍ୟରେ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନେତା ହେମନ୍ତ ସୋରେନ ବିରୋଧୀ ଦଳ (ଇଣ୍ଡିଆ) ର ମୁଖ ହେବେ। ଅଜୟ କୁମାର କହିଛନ୍ତି ଯେ ହେମନ୍ତ ସୋରେନଙ୍କୁ କୌଣସି ପ୍ରମାଣ ବିନା ପାଞ୍ଚ ମାସ ଜେଲରେ ରଖାଯାଇଛି। ଏହି କାରଣରୁ ଦଳିତ, ଆଦିବାସୀ ଏବଂ ପଛୁଆ ବର୍ଗଙ୍କ ମଧ୍ୟରେ ଅସନ୍ତୋଷ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri