ମାଡ଼ ପରେ ମୁହଁ ଖୋଲିଲେ ଅଫିସର, କହିଦେଲେ ସାଂଘାତିକ କଥା

ଭୁବନେଶ୍ୱର, ୧।୭: ଭୁବନେଶ୍ୱର ମହାନଗର ନିଗମ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ବିଏମସି କାର୍ଯ୍ୟାଳୟରେ ହିଁ ମରାଣାତ୍ମକ ଆକ୍ରମଣ ହୋଇଛି। ସାପ୍ତାହିକ ଜନଶୁଣାଣି ସମୟରେ କିଛି ବ୍ୟକ୍ତି ତାଙ୍କ କାର୍ଯ୍ୟାଳୟକୁ ପଶି ତାଙ୍କୁ ଗାଳିଗଳଜ କରିବା ସହ ଶାରୀରିକ ଆକ୍ରମଣ କରିଥିଲେ। ଭାଇରାଲ ଭିଡିଓରେ ଦେଖାଯାଇଛି ଯେ, ଆକ୍ରମଣକାରୀମାନେ ସାହୁଙ୍କୁ ତାଙ୍କ କାର୍ଯ୍ୟାଳୟରୁ ଘୋଷାଡ଼ି ବାହାରକୁ ଆଣି ମାଡ଼ ମାରିଥିଲେ, ଯେଉଁଥିରେ ତାଙ୍କୁ ଲାତ ଓ ମୁଥ ମଧ୍ୟ ମରା ଯାଇଥିଲା।

ଏହି ଘଟଣା ସମ୍ପର୍କରେ ଅଫିସର ରତ୍ନାକର ଖାରବେଳ ନଗର ଥାନାରେ ଏକ ଏଫଆଇଆର ଦାଖଲ କରିଛନ୍ତି। ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତିନିଜଣ ଅଭିଯୁକ୍ତ – ଜୀବନ ରାଉତ (ଜଣେ ଭାଜପା କର୍ପୋରେଟର), ରଶ୍ମି ରଞ୍ଜନ ମହାପାତ୍ର ଓ ଦେବାଶିଷ ପ୍ରଧାନଙ୍କୁ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, ଏହି ଆକ୍ରମଣ ଜଣେ ସ୍ଥାନୀୟ ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ସହ ସାହୁଙ୍କର ଏକ ଫୋନ କଥାବାର୍ତ୍ତାକୁ ନେଇ ହୋଇଥିବା ଜଣାପଡ଼ିଛି। ତେବେ, ଭାଜପା ନେତା ଏହି ଅଭିଯୋଗକୁ ଅସ୍ବୀକାର କରିଛନ୍ତି।

ତେବେ ଏହି ଘଟଣାରେ ଖୋଦ୍‌ ଅଫିସର ରତ୍ନାକର ସାହୁ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସୋମବାର ଗ୍ରିଭାନ୍ସ ଥିବାରୁ କାର୍ଯ୍ୟାଳୟରେ ମୁଁ ଗ୍ରୀଭାନ୍ସ ଟେକ୍‌ଅଫ୍‌ କରୁଥିଲି। ଯେହେତୁ କମିଶନର ସାର୍‌ ନାହାନ୍ତି ତେଣୁ ଏହି ଦାୟିତ୍ୱ ମୁଁ ତୁଲାଉଥିଲି। କାମ ସରୁ ସରୁ କର୍ପୋରେଟର ଜୀବନ ବାବୁ ଆଉ ୫ଜଣ ଅଫିସ ଭିତରକୁ ପଶି ଆସିଲେ। ମୋତେ ଲାଗିଲା ସେମାନେ ଗ୍ରୀଭାନ୍ସ ଦେବେ, ହେଲେ ଜୀବନ ବାବୁ ରୋକଠୋକ୍‌ ପଚାରିଲେ, ଆପଣ ଆମ ଜଗା ଭାଇଙ୍କୁ କ’ଣ କହିଲେ? ଆପଣ ତାଙ୍କୁ ର୍ଦୁବ୍ୟବହାର କରିଛନ୍ତି। ମୁଁ କହିଲି, କିଛି କହିନି। ତା’ ପରେ ମୋତେ ସମସ୍ତେ ଟାଣି ଟାଣି ଗାଡ଼ି ଭିତରକୁ ନେବାକୁ ବାହାରିଲେ। ମୋତେ ଅଫିସରୁ ଘୋଷାଡି ଘୋଷାଡି ମୁଥ ମାରି ଗ୍ରାଉଣ୍ଡ ଫ୍ଲୋର ଯାଏ ଆଣିଲେ।

ଏହି ଘଟଣା ରାଜ୍ୟରେ ରାଜନୈତିକ ବିବାଦ ସୃଷ୍ଟି କରିଛି। ବିଜୁ ଜନତା ଦଳ (ବିଜେଡି) ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଆକ୍ରମଣକୁ “ଅତ୍ୟନ୍ତ ନିନ୍ଦନୀୟ” ବୋଲି କହି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦୋଷୀଙ୍କ ବିରୁଦ୍ଧରେ ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। କଂଗ୍ରେସ ଦଳ ମଧ୍ୟ ଏହି ଘଟଣାକୁ ନିନ୍ଦା କରି ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନ ଉଠାଇଛି। BMC ମେୟର ସୁଲୋଚନା ଦାସ ଏହି ଘଟଣାକୁ “ଦୁର୍ଭାଗ୍ୟଜନକ” ବୋଲି କହି କାର୍ଯ୍ୟାଳୟରେ ଅଧିକାରୀଙ୍କ ସୁରକ୍ଷା ବୃଦ୍ଧି ପାଇଁ ଦାବି କରିଛନ୍ତି।

ଏହି ଘଟଣାର ପ୍ରତିବାଦରେ BMC କର୍ମଚାରୀ ଓ ଅଧିକାରୀମାନେ ମଙ୍ଗଳବାର କାର୍ଯ୍ୟ ବନ୍ଦ କରି କଳା ବ୍ୟାଜ ପରିଧାନ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଓଡ଼ିଶା ଆଡ଼ମିନିଷ୍ଟ୍ରେଟିଭ ସର୍ଭିସ (OAS) ଆସୋସିଏସନ ମଧ୍ୟ ଏହି ଘଟଣାର ବିରୋଧରେ ମଙ୍ଗଳବାରଠାରୁ “ସମୂହ ଛୁଟି” ଘୋଷଣା କରିଥିଲେ, କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦୋଷୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପ୍ରତିଶ୍ରୁତି ମିଳିବା ପରେ ଏହାକୁ ସ୍ଥଗିତ ରଖିଛନ୍ତି।

ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ରାଜ୍ୟ ତଥା ଦେଶବ୍ୟାପୀ ଏହା ଚର୍ଚ୍ଚାର ବିଷୟ ହୋଇଛି। ଓଡ଼ିଶା ଭାଜପା ଏହି ଘଟଣାରେ ଜଡ଼ିତ ଥିବା ଅଭିଯୁକ୍ତ କର୍ପୋରେଟର ଜୀବନ ରାଉତ ସମେତ ପାଞ୍ଚଜଣ ଦଳୀୟ କର୍ମୀଙ୍କୁ ସସ୍ପେଣ୍ଡ କରିଛି। ତେବେ ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?