ଏକତରଫା ପ୍ରେମ କରି ନିରାଶ ହେବା ପରେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼

କଟକ ଅଫିସ,୧ା୧୧: ଏକତରଫା ପ୍ରେମ କରି ନିରାଶ ହେବା ପରେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼ କଲେ ଯୁବକ। ଏଥିରେ ଛାତ୍ରୀଙ୍କ ହାତ ଓ ଜଂଘରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଏଭଳି ଘଟଣା କଟକ ଜିଲା ସଦର ଥାନା ଅନ୍ତର୍ଗତ ପ୍ରତାପନଗରୀଠାରେ ମଙ୍ଗଳବାର ଦେଖିବାକୁ ମିଳିଛି। ତେବେ ଗୁରୁତର ଛାତ୍ରୀଙ୍କୁ ଚିକିତ୍ସା ଲାଗି ସ୍ଥାନୀୟ ମହୀଧରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏ ନେଇ ଛାତ୍ରୀ ଜଣଙ୍କ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

ଅଭିଯୋଗ ମୁତାବକ, ପ୍ରତାପନଗରୀ ଅଞ୍ଚଳର ସତ୍ୟରଞ୍ଜନ ବେହେରା ଏକତରଫା ଭାବେ ସମ୍ପୃକ୍ତା ଛାତ୍ରୀଙ୍କୁ ଭଲ ପାଉଥିଲେ। ବିବାହର ପ୍ରତିଶ୍ରୁତି ଦେଇ ସେ ତାଙ୍କ ସହ ଶାରିରୀକ ସମ୍ପର୍କ ରଖିବାକୁ ଚାହୁଁଥିଲେ। ହେଲେ ଛାତ୍ରୀ ଜଣଙ୍କ ଏଥିରେ ରାଜି ନ ହେବାରୁ ସେ ତାଙ୍କୁ ମରଣାନ୍ତକ ଆକ୍ରମଣ କରି ଜୀବନରୁ ମାରିଦେବାକୁ ଯୋଜନା କରିଥିଲେ। ଛାତ୍ରୀ ଜଣଙ୍କ ଏକ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗଦେଇ ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟାରେ ପ୍ରତାପନଗରୀଠାରେ ବସ୍‌ରୁ ଓହ୍ଲାଇଥିଲେ। ପରେ ଚାଲି ଚାଲି ତାଙ୍କ ଘରକୁ ଯାଉଥିବା ସମୟରେ ସତ୍ୟରଞ୍ଜନ ଏକ ବୁଲେଟ୍‌ରେ ଆସି ପହଞ୍ଚିବା ସହ ତାଙ୍କୁ ଟଣାଓଟରା କରିଥିଲେ। ଛାତ୍ରୀଜଣଙ୍କ ଏହାର ପ୍ରତିବାଦ କରିବାରୁ ସେ ପାଖରେ ରଖିଥିବା ଏକ ଧାରୁଆ ଛୁରିରେ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ଛାତ୍ରୀଙ୍କ ହାତ ଓ ଜଂଘରେ ଗଭୀର କ୍ଷତ ସୃଷ୍ଟି ହୋଇ ପ୍ରବଳ ରକ୍ତସ୍ରାବ ହୋଇଥିଲା। ସମ୍ପୃକ୍ତା ଛାତ୍ରୀ ଅନୁସୂଚୀତ ଜାତିର ହୋଇଥିବାରୁ ଆକ୍ରମଣ କରିବାବେଳେ ସେ ତାଙ୍କୁ ଜାତିଆଣ ଆକ୍ଷେପ କରି ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଛାତ୍ରୀ ଯନ୍ତ୍ରଣାରେ ଚିତ୍କାର କରୁଥିବାବେଳେ ସତ୍ୟରଞ୍ଜନ ଗାଡ଼ି ନେଇ ଖସି ପଳାଇଥିଲେ।

ଏ ନେଇ ଥାନାଧିକାରୀ ରଶ୍ମିରଞ୍ଜନ ମହାପାତ୍ର କହିଛନ୍ତି, ଅଭିଯୋଗ ଆଧାରରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି। ଆକ୍ରମଣକାରୀ ଯୁବକ ଫେରାର ହୋଇଯାଇଛନ୍ତି। ଖୁବ୍‌ଶୀଘ୍ର ତାଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri