ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ମୁକ୍ତିକାନ୍ତ, ଘରକୁ ଗଲେ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ହୋର୍ଡିଂ ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ ପରେ ଚିକିତ୍ସିତ ହେଉଥିବା ସାମାଜିକ କର୍ମୀ ରାଉରକେଲାର ମୁକ୍ତିକାନ୍ତ ବିଶ୍ୱାଳ ଶନିବାର କ୍ୟାପିଟାଲ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ମାନସିକ ସ୍ଥିତି ଠିକ ନ ଥିବାରୁ ତାଙ୍କୁ ହସ୍ପିଟାଲରୁ ସିଧା ଟ୍ରେନ ଯୋଗେ ନିଜ ଘର ରାଉରକେଲାକୁ ନିଆଯାଉଛି ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ମୁକ୍ତିକାନ୍ତଙ୍କ ସହ ତାଙ୍କ ଭାଇ ଓ ୨ ଜଣ ପୋଲିସ କର୍ମଚାରୀ ରହିଛନ୍ତି। ତାଙ୍କୁ ଘରେ ଛାଡ଼ିବା ପରେ ପୋଲିସ କର୍ମଚାରୀମାନେ ଭୁବନେଶ୍ୱର ଫେରିଆସିବେ। ତେବେ ଡିସଚାର୍ଜ ପରେ ମୁକ୍ତିକାନ୍ତ କହିଛନ୍ତି, ରାଉରକେଲାବାସୀଙ୍କ ସମସ୍ୟାର ସମାଧାନ ନ ହେବା ପର୍ଯ୍ୟନ୍ତ ଏହି ଲଢେଇ ଜାରି ରହିବ। ଦରକାର ପଡିଲେ ଭୁବନେଶ୍ୱର ଆଉଥରେ ଆସିବାକୁ ପଡିବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୩ରେ ରାଉରକେଲା ଗସ୍ତରେ ଯାଇଥିବାବେଳେ ଦେଇଥିବା ପ୍ରତିଶ୍ରୁତିଗୁଡ଼ିକୁ ପାଳନ କରି ନ ଥିବାରୁ ସେ ସଂପର୍କରେ ମନେ ପକାଇ ଦେବାକୁ ମୁକ୍ତିକାନ୍ତ ପଦଯାତ୍ରାରେ ଭୁବନେଶ୍ୱର ଆସିଥିଲେ। ସେ ରାଉରକେଲାରୁ ସମ୍ପୂର୍ଣ୍ଣ ହୋଇ ନ ଥିବା ପ୍ରକଳ୍ପର ମଡ଼େଲକୁ କାନ୍ଧରେ ବୋହି ଚାଲି ଚାଲି ଏଠାରେ ପହଞ୍ଚତ୍ବା ପରେ ନବୀନ ନିବାସ ଅଭିମୁଖେ ବାହାରିଥିଲେ। ହେଲେ ଶିଶୁ ଭବନ ଛକରେ ତାଙ୍କୁ ପୋଲିସ ଅଟକାଇବାରୁ ସେ ସେଠାରେ ଧାରଣାରେ ବସିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ପାଇଁ ୭ ଦିନ ଅପେକ୍ଷା କରିବା ପରେ ଅନୁମତି ନ ମିଳିବାରୁ ଶେଷରେ ନିରାଶ ହୋଇ ମୁକ୍ତିକାନ୍ତ ବୁଧବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଶିଶୁ ଭବନ ଛକ ନିକଟରେ ଥିବା ଏକ ୫୦ଫୁଟ ଉଚ୍ଚର ହୋର୍ଡିଂ ଉପରକୁ ଚଢିଯାଇଥିଲେ। ଦେହରେ ଡିଜେଲ ଢାଳି ଆତ୍ମାହୁତି ଉଦ୍ୟମ ଦେବା ସହ ତଳକୁ ଡେଇଁ ଆତ୍ମହତ୍ୟା କରିବାକୁ ଧମକ ଦେଇଥିଲେ। ତେବେ ଦୀର୍ଘ ସାଢେ ୪ ଘଣ୍ଟାର କସରତ ପରେ ଅଗ୍ନିଶମ ବାହିନୀ ଓ ପୋଲିସ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା। ପ୍ରାଥମିକ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ହସ୍ପିଟାଲର ଆଇସୋଲେଶନ ୱାର୍ଡରେ ରଖାଯାଇ ଚିକିତ୍ସା କରାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?