ମାଓବାଦୀଙ୍କ କବଳରୁ ମୁକ୍ତ ହୋଇ ବିଜୟ ଉତ୍ସବ ପାଳିଲେ ସ୍ବାଭିମାନ ଅଞ୍ଚଳବାସୀ

ଚିତ୍ରକୋଣ୍ଡା,୨୫ା୧(ଡି.ଏନ୍‌.ଏ.): ଆସନ୍ତାକାଲି ପାଳନ ହେବ ୭୪ତମ ସାଧାରଣତନ୍ତ୍ର ଦିବସ। ଏହାର ଗୋଟିଏ ଦିନ ପୂର୍ବରୁ ଆନ୍ଧ୍ର ଓଡ଼ିଶା ସୀମାନ୍ତ ଆଦିବାସୀ ଅଧ୍ୟୁଷିତ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ପାଳିତ ହୋଇଛି ବିଜୟ ଉତ୍ସବ। ୨୦୨୦ରେ ସ୍ବାଭିମାନ ଅଞ୍ଚଳ ଜନ୍ତୁରାଇରେ ମାଓବାଦୀ ଏବଂ ଜନତାଙ୍କ ମଧ୍ୟରେ ହୋଇଥିଲା ଖଣ୍ଡ ଯୁଦ୍ଧ। ସ୍ବାଭିମାନ ଅଞ୍ଚଳର ୩ଟି ଗ୍ରାମ ଯଥା ଜନ୍ତୁରାଇ, ଯୋଡ଼ାମ୍ବ ଏବଂ ସିନ୍ଧିବାଡ଼ି ଗ୍ରାମ ଏକତ୍ର ହୋଇ ମାଓବାଦୀଙ୍କ ଅତ୍ୟାଚାରରେ ଅସହ୍ୟ ହୋଇ ଟେକିଥିଲେ ମୁଣ୍ଡ ଏବଂ ସେମାନେ ଅସତ୍ୟକୁ ବଳି ଦେଇ ସତ୍ୟପଥରେ ସରକାର ତଥା ପ୍ରଶାସନକୁ ସହଯୋଗ କରି ସ୍ବାଭିମାନ ଆଞ୍ଚଳିକ ୨୦୨୦ ଜାନୁୟାରୀ ୨୫ ଦିନ ମାଓବାଦୀ କବଳରୁ ମୁକ୍ତ ହୋଇ ସ୍ବାଧୀନତା ପାଇଥିବା ସ୍ବାଭିମାନ ଅଞ୍ଚଳବାସୀ ପ୍ରକାଶ କରିବା ସହ ତ୍ରିରଙ୍ଗା ପତାକା ଉଠାଇ ବିଜୟ ଉତ୍ସବ ମନାଇଛନ୍ତି l ଉକ୍ତ ବିଜୟ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଚିତ୍ରକୋଣ୍ଡା ଏସ୍‌ଡିପିଓ ଆର୍‌ଲେକ୍‌ସିଅସ କିସ୍‌ପୋଟା ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଦାରାଲା ବେଢ଼ା ବିଏସ୍‌ଏଫ୍‌ କ୍ୟାମ୍ପର ଏସି ଆଶିଷ କୁମାର, ପୋଲିସ ଇନ୍ସପେକ୍ଟର ଲକ୍ଷ୍ମୀନାରାୟଣ ମୁଦୁଲି, ଯୋଡ଼ାମ୍ବ ସରପଞ୍ଚ ପିଙ୍କି ହନ୍ତାଳ, ଓଆଇସି ଯୋଡ଼ାମ୍ବ ଓ ପାପରମେଟେଲା ଉପସ୍ଥିତ ଥିବାବେଳେ ସ୍ବାଭିମାନ ଅଞ୍ଚଳର ବହୁ ଜନସାଧାରଣ ଯୋଗଦେଇ ବିଜୟ ଉତ୍ସବ ମନାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ…

୬୩୧ କଇଁଛ ଜବତ, ଧରାପଡ଼ିଲେ ୭ ବ୍ୟବସାୟୀ

ଏମ୍‌ଭି- ୭୯, ୧୧।୩ (ଆଶିଷ କୁମାର ବାଇନ): ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ କଇଁଛ ଚୋରା ଚାଲାଣ ବେଳେ ମୋଟୁ ବନ ବିଭାଗ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri