Posted inଜାତୀୟ

ଅଢେଇ ଘଣ୍ଟା ଧରି ଆଲୋଚନା କଲେ ମୋଦି-ଯୋଗୀ

ନୂଆଦିଲ୍ଲୀ,୧୩।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଜୟ ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ରାତି ୫ଟାରୁ ଆରମ୍ଭ ହୋଇଥିବା ଏହି ସଭା ପ୍ରାୟ ଅଢେଇ ଘଣ୍ଟା ଧରି ଚାଲିଥିଲା। ଯୋଗୀ ଆଦିତ୍ୟନାଥ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି। ଏଥି ସହ ପ୍ରଧାନମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ୟୁପିରେ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଏହି ବୈଠକ ସମ୍ପର୍କରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ଯୋଗୀ ଆଦିତ୍ୟନାଥ ଜୀଙ୍କୁ ଆଜି ଭେଟିଛନ୍ତି। ତାଙ୍କୁ ଉତ୍ତରପ୍ରଦେଶ ନିର୍ବାଚନରେ ଐତିହାସିକ ବିଜୟ ପାଇଁ ଅଭିନନ୍ଦନ। ଗତ ୫ ବର୍ଷ ମଧ୍ୟରେ ସେ ଲୋକଙ୍କ ଆକାଂକ୍ଷା ପୂରଣ କରିବା ପାଇଁ ନିରନ୍ତର ପରିଶ୍ରମ କରିଛନ୍ତି। ମୁଁ ନିଶ୍ଚିତ ଯେ ଆଗାମୀ ବର୍ଷରେ ସେ ରାଜ୍ୟକୁ ବିକାଶର ଉଚ୍ଚତାକୁ ନେଇଯିବେ।
ସୂଚନାନୁସାରେ, ମାର୍ଚ୍ଚ ୨୦-୨୧ରେ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଯୋଗୀଙ୍କ ନୂତନ କ୍ୟାବିନେଟ ପାଇଁ ପ୍ରାୟ ୫୭ ମନ୍ତ୍ରୀ ଶପଥ ନେବେ। ୨୨-୨୪ କ୍ୟାବିନେଟ ମନ୍ତ୍ରୀ ରହିବେ ବୋଲି ଆଶା କରାଯାଉଛି।
ଏହାପୂର୍ବରୁ ଯୋଗୀ ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁ ଏବଂ ଭାଜପା ସାଧାରଣ ସମ୍ପାଦକ (ସଂଗଠନ) ବି.ଏଲ ସନ୍ତୋଷଙ୍କୁ ମଧ୍ୟ ଭେଟିଥିଲେ। ଆଦିତ୍ୟନାଥ ଜାତୀୟ ରାଜଧାନୀରେ ଦୁଇ ଦିନ ରହିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri