Posted inଖେଳ

ବୋଲିଂ ପରେ ବ୍ୟାଟିଂରେ କରାମତି ଦେଖାଇଲେ ଅଶ୍ୱିନ

ଚେନ୍ନାଇ, ୧୫।୨ : ରବିଚନ୍ଦ୍ରନ ଅଶ୍ୱିନ ବୋଲିଂ ପରେ ବ୍ୟାଟିଂରେ ନିଜ କରାମତି ଦେଖାଇଛନ୍ତି। ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ୫ ଉଇକେଟ ହାତେଇଥିବା ଅଶ୍ୱିନ ଦ୍ୱିତୀୟ ପାଳିରେ ହାସଲ କରିଛନ୍ତି ଶତକ। ଆଉ ତାଙ୍କ ଅଲରାଉଣ୍ଡର ପ୍ରଦର୍ଶନ ଯୋଗୁ ତୃତୀୟ ଦିନ ସୁଦ୍ଧା ବିଜୟ ଦ୍ୱାରରେ ପହଞ୍ଚି ସାରିଛି ଟିମ୍‌ ଇଣ୍ଡିଆ।

ପ୍ରଥମ ଇନିଂସରେ ୧୯୫ ରନ୍‌ର ଅଗ୍ରଣୀ ହାସଲ କରିଥିବା ଭାରତୀୟ ଦଳ ତା’ର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର (୫୪/୧)ରୁ ବ୍ୟାଟିଂ ଆରମ୍ଭ କରି ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ମାତ୍ର ୧୦୬ ରନ୍‌ ମଧ୍ୟରେ ୬ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା ଟିମ୍‌ ଇଣ୍ଡିଆ। ଏହାପରେ ଅଧିନାୟକ ବିରାଟ କୋହଲି ଓ ଅଶ୍ୱିନ ସପ୍ତମ ଉଇକେଟ ପାଇଁ ଯୋଡ଼ିଥିଲେ ୯୬ ରନ୍‌। କୋହଲି (୬୨) ଆଉଟ୍‌ ହେବା ପରେ ଅଶ୍ୱିନ ନିମ୍ନ କ୍ରମର ବ୍ୟାଟ୍ସମ୍ୟାନଙ୍କ ସହ ମିଶି ନିଜ ଶତକ ପୂରଣ କରିଥିଲେ। ୧୪୮ ବଲ ଖେଳି ଅଶ୍ୱିନ (୧୦୬) ହାସଲ କରିଥିଲେ କ୍ୟାରିୟରର ୫ମ ଶତକ। ତାଙ୍କ ଇନିଂସରେ ଥିଲା ୧୪ ଚୌକା ଓ ଗୋଟିଏ ଛକା। ଘରୋଇ ଭାରତୀୟ ଦଳ ଦ୍ୱିତୀୟ ଇନିଂସରେ ୨୮୬ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଆଉ ପ୍ରତିପକ୍ଷ ଦଳ ଆଗରେ ଛିଡ଼ା କରିଥିଲା ୪୮୨ ରନ୍‌ର ବିଶାଳ ଟାର୍ଗେଟ। ଜବାବରେ ଇଂଲଣ୍ଡ ତୃତୀୟ ଦିନ ଶେଷ ପର୍ଯ୍ୟନ୍ତ ଖେଳି ୩ ଉଇକେଟ ହରାଇ ୫୩ ରନ୍‌ କରିବାକୁ ସକ୍ଷମ ହୋଇଛି। ଡାନିଏଲ ଲରେନ୍ସ (୨୫) ଓ ଅଧିନାୟକ ଜୋ ରୁଟ୍‌ (୨) ଅପରାଜିତ ଅଛନ୍ତି। ଭାରତୀୟ ଦଳ ପକ୍ଷରୁ ଅକ୍ଷର ପଟେଲ ୨ ଉଇକେଟ ନେଇଥିବାବେଳେ ଅଶ୍ୱିନ ହାତେଇଛନ୍ତି ଗୋଟିଏ ସଫଳତା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri