ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ

କଟକ, ୨୫।୧୨: ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ଘଟିଛି କଟକ ଜିଲା ଲାଲ୍‌ବାଗ ଥାନା ସିଦ୍ଧେଶ୍ବରସାହିରେ। ମୃତ ବ୍ୟକ୍ତି କଟକସ୍ଥିତ ସାଇବର ପୋଲିସ ଷ୍ଟେସନରେ ଜଣେ କନଷ୍ଟେବଳ ଥିଲେ।

ମୃତ ମହିଳା ଜଣକ ବିଷ୍ନୁପ୍ରିୟ ମଲ୍ଲିକ (୩୦) ଏବଂ ଅଭିଯୁକ୍ତ ଜଣକ ବିଶ୍ୱଜିତ ବୋଲି ଜଣାପଡିଛି। ରିପୋର୍ଟ ଅନୁଯାୟୀ, ବିଶ୍ୱଜିତ୍ ଏବଂ ବିଷ୍ନୁପ୍ରିୟ ୨୦୧୯ ରେ ବିବାହ କରିଥିଲେ। ପରେ ସେମାନଙ୍କର ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ସ୍ୱାମୀ ଓ ସ୍ତ୍ରୀ ଗତ ତିନି ବର୍ଷ ଧରି କଟକସ୍ଥିତ ସିଦ୍ଧେଶ୍ୱର ସାହିରେ ଏକ ଭଡା ଘରେ ରହୁଥିଲେ।

ପ୍ରାଥମିକ ଅନୁସନ୍ଧାନରୁ ଏହା ଜାଣିବାକୁ ମିଳିଛି ଯେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ପାରିବାରିକ କଳହ ଲାଗିରହିଥିଲା। ଏଥିରେ ଉତକ୍ଷିପ୍ତ ହୋଇ ବିଶ୍ବଜିତ ଏକ ତୀକ୍ଷ୍ଣ ଅସ୍ତ୍ର ସାହାଯ୍ୟରେ ତାଙ୍କ ପତ୍ନୀଙ୍କୁ ହତ୍ୟା କରିଛନ୍ତି। ତେବେ ଏହି ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ଅଭିଯୁକ୍ତ ନିଜକୁ ମଧ୍ୟ ମାରିବାକୁ ଚେଷ୍ଟା କରିଥିଲା। ସେ ନିଜ ଗଳାକୁ ଧାରୁଆ ଅସ୍ତ୍ରରେ କାଟି ଦେଇଥିଲେ। ତେବେ ପଡ଼ୋଶୀମାନେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ କଟକସ୍ଥିତ ଏସସିବି ମେଡିକାଲରେ ଭର୍ତ୍ତି କରିଥିଲେ।

ଏପରି ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଥିଲା ବେଳେ ଏହି ସବୁ ଘଟଣା ବିଷୟରେ ଜାଣି ନ ଥିବାରୁ ଦମ୍ପତିଙ୍କ ପାଞ୍ଚ ବର୍ଷର ଝିଅ ରିପୋର୍ଟ ଲେଖିବା ବେଳକୁ ଘରେ ଶୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri