Posted inଜାତୀୟ

ଚନ୍ଦ୍ରୟାନ-୩ ସଫଳ ହେବାପରେ ଇସ୍ରୋ ମୁଖ୍ୟଙ୍କୁ ଫୋନରେ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪।୮: ଚନ୍ଦ୍ରୟାନ-୩ ବୁଧବାର ଚନ୍ଦ୍ରପୃଷ୍ଠରେ ଅବତରଣ କରିବା ସହ ଭାରତ ଇତିହାସ ସୃଷ୍ଟି କରିଛି। ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ରର ଦକ୍ଷିଣ ମେରୁରେ ସନ୍ଧ୍ୟା ଠିକ୍‌ ୬ଟା ୪ ମିନିଟରେ ଓହ୍ଲାଇବା ସହ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) କାର୍ଯ୍ୟାଳୟରେ ଉତ୍ସବର ଝଲକ ଦେଖିବାକୁ ମିଳିଥିଲା। ମିଶନର ସଫଳତା ପାଇଁ ଇସ୍ରୋ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛି।
ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୋହାନ୍ସବର୍ଗର ଇସ୍ରୋ ମୁଖ୍ୟ ଏସ ସୋମନାଥଙ୍କୁ ଫୋନ୍‌ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଏସ ସୋମନାଥଙ୍କୁ କହିଛନ୍ତି ଯେ, ସେମାନାଥ ଜୀ, ଆପଣଙ୍କ ନାମ ବି ଚନ୍ଦ୍ରମା ସହ ଜଡିତ। ଆପଣଙ୍କ ପରିବାର ସଦସ୍ୟ ମଧ୍ୟ ଖୁସି ହେବେ। ଆପଣଙ୍କୁ ଏବଂ ଆପଣଙ୍କ ଟିମ୍‌କୁ ଅଭିନନ୍ଦନ। ଦୟାକରି ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଇଦେବେ।ଯଦି ସମ୍ଭବ, ମୁଁ ଖୁବ୍‌ଶୀଘ୍ର ଆପଣଙ୍କୁ ବ୍ୟକ୍ତିଗତ ଭାବେ ଭେଟିବି।
ଭାରତ ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ ଅବତରଣ କରାଇ ନୂଆ ଇତିହାସ ଲେଖିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ବ୍ରିକ୍ସ ସମିଟ୍‌ ପାଇଁ ଦକ୍ଷିଣ ଆଫ୍ରିକାରେ ଥିବା ପ୍ରଧାନମନ୍ତ୍ରୀ ଚନ୍ଦ୍ରୟାନ-୩ର ଅବତରଣ ଉଦ୍ୟମକୁ ଭର୍ଚୁଆଲି ଦେଖିଥିଲେ। ଏହି ସଫଳତା ପାଇଁ ପ୍ରଧାନମନ୍ତ୍ରୀ ଇସ୍ରୋ ଓ ଏହାର ବୈଜ୍ଞାନିକମାନଙ୍କୁ ହୃଦୟଭରା ଅଭିନନ୍ଦନ ଜଣାଇଛନ୍ତି। ସେ ଦକ୍ଷିଣ ଆଫ୍ରିକାରେ ଥାଇପାରନ୍ତି, ହେଲେ ତାଙ୍କ ହୃଦୟ ସବୁବେଳେ ଚନ୍ଦ୍ରୟାନ ମିଶନ ସହ ରହିଛି ବୋଲି ଦକ୍ଷିଣ ଆଫ୍ରିକାରେ ଭର୍ଚୁଆଲି ଉଦ୍‌ବୋଧନ ଦେଇ ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ସମୟ ଭିଡିଓଗେମ୍‌ ଖେଳୁଥିଲେ…

ଭିଡିଓ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

ଅନ୍ୟ ଗ୍ରହରେ ବସତି ସମସ୍ୟା

ପ୍ରଥମେ ସୌର ଗ୍ରହମାନଙ୍କ ତଥ୍ୟାବଳୀ ସମ୍ପର୍କରେ ଜ୍ଞାତ ହେବା ପ୍ରାସଙ୍ଗିକ ହେବ। ଗ୍ରହଗୁଡିକରେ ବସତି ସ୍ଥାପନ ନେଇ ଅନେକ ଆଲୋଚନା ଚାଲିଛି। ତେବେ ଏ ବିଷୟରେ କେତେକ…

ଗାଜା ଶାନ୍ତି ଯୋଜନାକୁ ଇସ୍ରାଏଲ୍‌ର ପ୍ରତ୍ୟାଖ୍ୟାନ

ଜେରୁଜେଲମ୍‌, ୧୦ା୮: ଗାଜା କିମ୍ବା ଓ୍ବେଷ୍ଟ ବ୍ୟାଙ୍କରେ ପାଲେଷ୍ଟାଇନ୍‌ ରାଷ୍ଟ୍ର ଗଠନ ହୋଇପାରିବ ନାହଁି ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିବା ସହ ୧୫-ସୂତ୍ରୀ ଗାଜା…

ମୋଜତାବାଙ୍କ ଭିଡିଓ ଜାରି କଲା ଇରାନ

ତେହରାନ୍‌, ୧୦ା୮: ଇରାନ ସୁପ୍ରିମ ଲିଡର ମୋଜତାବା ଖାମେନେଇଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ଇସ୍ରାଏଲ୍‌ ଗଣମାଧ୍ୟମରେ ଖବର ପ୍ରକାଶ…

ବିଶ୍ୱ ସିଂହ ଦିବସ: ସୁରକ୍ଷା ପାଇଁ ସଚେତନତା ଜରୁରୀ

ପ୍ରତିବର୍ଷ ଅଗଷ୍ଟ ୧୦ରେ ପାଳନ କରାଯାଇଆସୁଛି ‘ବିଶ୍ୱ ସିଂହ ଦିବସ’। ଜଙ୍ଗଲର ରାଜା କୁହାଯାଉଥିବା ସିଂହର ସୁରକ୍ଷା, ବଂଶ ବୃଦ୍ଧି ଏବଂ ସେମାନଙ୍କର ହ୍ରାସ ପାଉଥିବା ବାସସ୍ଥଳୀ…

CEG: କମନ ଓ୍ବେଲଥ ଚାମ୍ପିୟନଙ୍କୁ ଭେଟି ବଡ଼ କଥା କହିଲେ ମୋଦି, ‘ଲାଗୁଥିଲା ଯେମିତି ପ୍ରତି ବୁନ୍ଦା ଲୁହରୁ ଝରୁଥିଲା ସ୍ବର୍ଣ୍ଣ ପଦକ’

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟଗୋଷ୍ଠୀ କ୍ରୀଡା ଚାମ୍ପିୟନମାନଙ୍କୁ ଭେଟିଥିଲେ। ସେ ରବିବାର ଖେଳାଳିମାନଙ୍କୁ ଭେଟିଥିଲେ ଏବଂ ଇନଷ୍ଟାଗ୍ରାମରେ ଆଲୋଚନାର ଏକ ଭିଡିଓ ଶେୟାର କରିଥିଲେ। ସେ ଖେଳାଳିମାନଙ୍କୁ…

୧୨ ତାରିଖରେ ମହାକାଶରେ ଦେଖାଯିବ ୪ ବିରଳ ଦୃଶ୍ୟ, ସୂର୍ଯ୍ୟୋଦୟ ପୂର୍ବରୁ…

ଓ୍ବାଶିଂଟନ,୧୦ା୮: ଆସନ୍ତା ୧୨ ତାରିଖରେ ୨୪ ଘଣ୍ଟା ମଧ୍ୟରେ ମହାକାଶରେ ୪ଟି ଅଲଗା ବିରଳ ମହାକାଶୀୟ ଦୃଶ୍ୟ ଦେଖିବାକୁ ମିଳିବ। ଯଦିଓ ଏହିସବୁ ଘଟଣା ନିଜସ୍ବ କ୍ୟାଲେଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri