ରତ୍ନଭଣ୍ଡାରରୁ ବାହାରିବା ପରେ ଗଜପତି ମହାରାଜ ଦେଲେ ବଡ଼ ସୂଚନା: କହିଲେ…

ପୁରୀ,୧୮।୭: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିଛି। ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଭିତର ରତ୍ନ ଭଣ୍ଡାର ଖୋଲାଯାଇଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ର ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ପୁରୀ ଗଜପତି ମହାରାଜଙ୍କ ଉପସ୍ଥିତିରେ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ସ୍ଥାନାନ୍ତର କରାଯାଇଛି। ତେବେ ଗଜପତି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ଆସିବା ପରେ ଗଣମାଧ୍ୟମକୁ କହିଛନ୍ତି, ଭିତର ରତ୍ନଭଣ୍ଡାରରେ ଯାହା ବି ଗହଣା ଓ ମୂଲ୍ୟବାନ ସାମଗ୍ରୀ ଅଛି, ତାକୁ ଖଟଶେଜ ଘରକୁ ସ୍ଥାନାନ୍ତର କରାଯିବ। ସମସ୍ତ ଅଳଙ୍କାର ସିସିଟିଭି ନଜରରେ ରହିଛି। ରତ୍ନ ଅଳଙ୍କାର ସ୍ଥାନାନ୍ତର ପରେ ଶେଜଘରେ ତାଲା ପଡିବ। ଆଉ ନିୟମ ମୁତାବକ ଏହାର ଚାବି ସରକାରୀ ଟ୍ରେଜେରୀରେ ରହିବ। ବାହାର ଓ ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ପରେ ଏହାର ସ୍କାନିଂ କରାଯିବ। ଏହାପରେ ରତ୍ନଭଣ୍ଡାରକୁ ଏଏସଆଇକୁ ହସ୍ତାନ୍ତର କରାଯିବ।
ସୂଚନାଯୋଗ୍ୟ, ଗତ ୧୪ ତାରିଖରେ ପ୍ରଥମେ ରତ୍ନଭଣ୍ଡାର ଖୋଲା ଯାଇଥିଲା। କମିଟି ସଦସ୍ୟମାନେ ବାହାର ରତ୍ନଭଣ୍ଡାର ତାଲା ଭାଙ୍ଗି ରତ୍ନଅଳଙ୍କାର ସ୍ଥାନାନ୍ତର ପାଇଁ ପଦକ୍ଷେପ ନେଇଥିଲେ। ପରେ ନୂଆ ତାଲା ପକାଇ ସିଲ କରିଦେଇଥିଲେ। ତେବେ ସମୟ ଅଭାବରୁ ଭିତର ରତ୍ନଭଣ୍ଡାର ଖୋଲାଯାଇ ନ ଥିଲା। କେବଳ ପୁରୁଣା ତାଲା ଭାଙ୍ଗି ନୂଆ ତାଲା ପକାଇ ବାହାରୁ ଚାଲିଆସିଥିଲେ। ରତ୍ନଅଳଙ୍କାର ସ୍ଥାନାନ୍ତର ହୋଇପାରି ନ ଥିତ୍ଲା। ତେଣୁ ଅଜି ପୁନର୍ବାର ସମାନ ଏସଓପି ଅନୁଯାୟୀ, ଭିତର ରତ୍ନଭଣ୍ଡାର ଖୋଲାଯାଇ ଗଚ୍ଛିତ ଅଳଙ୍କାର ଶ୍ରୀମନ୍ଦିର ଖଟଶେଯ ଘରେ ହୋଇଥିବା ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯାଉଛି। ସମସ୍ତ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯାଉଛି। ସ୍ନେକ ହେଲ୍ପ ଲାଇନ ସଦସ୍ୟ, ଓଡ୍ରାଫ ଟିମ, ଅଗ୍ନିଶମ ବାହିନୀ ଉପସ୍ଥିତ ରହିଛନ୍ତି। ହାଇମାଷ୍ଟ ଲାଇଟ ବ୍ୟବସ୍ଥା କରାଯାଇଛି। ସେହିପରି ଏଏସଆଇ ରତ୍ନଭଣ୍ଡାର ମରାମତି ନେଇ ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୫ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri