କ୍ୱାରାଣ୍ଟାଇନ୍‌ ଶେଷ କରି ଜିମ୍‌ରେ ପହଞ୍ଚିଲେ ସୋନମ

ମୁମ୍ବାଇ: ନିକଟରେ ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ନିଜ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ଲଣ୍ଡନ ଫେରିଯାଇଛନ୍ତି। ଲଣ୍ଡନରେ ପହଞ୍ଚିବା ପରେ କରୋନା ସଙ୍କଟ ଯୋଗୁ ଦୁହିଁଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିଛି। ତେବେ କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହେବା ପରେ ସେ ପ୍ରଥମ ଥର ପାଇଁ ଘରୁ ବାହାରକୁ ପାଦ କାଢ଼ିଛନ୍ତି। ସର୍ବ ପ୍ରଥମେ ସୋନମ ଜିମ୍‌ ଯାଇଥିଲେ। ସେଠାରେ ଜିମ୍‌ ଟ୍ରେନରଙ୍କୁ ଦେଖି ସେ ଖୁସି ପ୍ରକାଶ କରିଛନ୍ତି। ଏଥିସହ ସୋନମ ତାଙ୍କ ସହିତ ଏକ ଫଟୋ ଉଠାଇ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିବା ଦେଖିବାକୁ ମିଳିଛି। ତାଙ୍କର ଏହି ଫଟୋକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଛନ୍ତି। ଏହାଛଡା ବାପା ଅନୀଲ କପୁର ମଧ୍ୟ ଝିଅ ସୋନମଙ୍କୁ ଜିମ୍‌କୁ ଫେରିଥିବା ଦେଖି ଖୁସିବ୍ୟକ୍ତ କରିଛନ୍ତି। ତାଙ୍କ ଫଟୋରେ ଅନୀଲ ଏକ ଥମ୍ବସ୍‌ ଓ ହାର୍ଟର ଇମୋଜି ଶେୟାର କରି ଖୁସି ପ୍ରକାଶ କରିଛନ୍ତି। ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ୍‌ ରହୁଥିବା ସୋନମ ପ୍ରାୟ ସମୟରେ କିଛି ଭିଡିଓ ଓ ଫଟୋ ଶେୟାର କରିଥାନ୍ତି। ନିକଟରେ ସେ ଏକ ପାର୍କରେ ବୁଲୁଥିବାର ଦେଖି ୟୁଜର୍ସ ତାଙ୍କୁ କମେଣ୍ଟ କରିଥିଲେ। ସେ କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କରିଛନ୍ତି ବୋଲି ପ୍ରଶଂସକ ଅଭିଯୋଗ ଆଣିଥିଲେ। ତେବେ ପ୍ରଶଂସକଙ୍କ ଏହି ଅଭିଯୋଗର ଉତ୍ତର ରଖି ସୋନମ କହିଥିଲେ, ଏହା କୌଣସି ପାର୍କର ଫଟୋ ନୁହେଁ। ଏହା ତାଙ୍କ ଘରର ଗାର୍ଡେନ, ଯେଉଁଠାରୁ ସେ ଫଟୋ ଓ ଭିଡିଓ ଶେୟାର କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?