ପଟ୍ଟାମୁଣ୍ଡାଇ,୫ ।୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ସ୍ବଚ୍ଛ ଭାରତ ମିଶନରେ ସାମିଲ କରିବା ଲକ୍ଷ୍ୟରେ ସହରାଞ୍ଚଳରେ ୨୦ଟି ଇକୋ ଟଏଲେଟ ନିର୍ମାଣ କରାଯାଇଛି। ଏଥିଲାଗି ୧ କୋଟି ୫୧ ଲକ୍ଷ ୨୦ ହଜାର ଟଙ୍କା ମଞ୍ଜୁର କରାଯାଇଥିଲା। ସହରର ବିଭିନ୍ନ ସ୍ଥାନରେ ଏହି ଟଏଲେଟ ନିର୍ମାଣ ହୋଇଛି। ମାତ୍ର ଉଦ୍ଘାଟନ କରିବା ଆଳରେ ଏ ପର୍ଯ୍ୟନ୍ତ ତାହା ତାଲା ପଡ଼ି ରହିଛି। ଏ ନେଇ ଜନସାଧାରଣଙ୍କ ପକ୍ଷରୁ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହଁି। ଏ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
କେନ୍ଦ୍ରାପଡ଼ା ଜିଲାର ଦ୍ୱିତୀୟ ବୃହତ୍ତମ ସହର ହେଉଛି ପଟ୍ଟାମୁଣ୍ଡାଇ। ପ୍ରତିଦିନ ଏହି ସହରକୁ ବେପାର ବଣିଜ ପାଇଁ ଆଖପାଖ ୫ଟି ବ୍ଲକର ଲୋକେ ନିର୍ଭର କରିଥାନ୍ତି। ଏଠାରେ ଉପଖଣ୍ଡ ସ୍ତରୀୟ ଚିକିତ୍ସାଳୟ ସହ ମା’ ଓ ଶିଶୁ ଶୌଧ ଥିବାରୁ ଚିକିତ୍ସା ପାଇଁ ଲୋକଙ୍କ ଗହଳି ଲାଗି ରହୁଛି। ଜନସାଧାରଣଙ୍କ ସୁବିଧା ଓ ସହରର ସ୍ବଚ୍ଛତା ନିମନ୍ତେ ୨୦୨୦ରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ବିଭିନ୍ନ ସ୍ଥାନରେ ୨୦ଟି ଇକୋ-ଟଏଲେଟ ନିର୍ମାଣ କରାଯାଇଥିଲା। ଏହି ଇକୋ ଟଏଲେଟ୍ କାର୍ଯ୍ୟକୁ ମହାରାଷ୍ଟ୍ରର ଏକ ଠିକା ସଂସ୍ଥା ନିର୍ମାଣ କରିଥିଲା। ପ୍ରତ୍ୟେକ ଇକୋ-ଟଏଲେଟ ୭ ଲକ୍ଷ ୫୬ ହଜାର ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହୋଇଛି। ନିର୍ମାଣ ବେଳେ ପ୍ରତ୍ୟେକ ଟଏଲେଟରେ ୧୦୦୦ ଲିଟରର ୩ଟି ଟାଙ୍କି ବସିଥିବା ବେଳେ ସେଥି ମଧ୍ୟରେ ମଇଳାକୁ ନଷ୍ଟ କରିବା ପାଇଁ ଏକ ତରଳ (ରାସାୟନିକ) ପଦାର୍ଥ ପକାଯାଇଥିଲା। ମାତ୍ର ଏବେ ସମସ୍ତ ଟଏଲେଟରେ ସିମେଣ୍ଟ ନନ୍ଦ ବସାଇ ସିନଟେକ୍ସ ଟାଙ୍କି ଉଠାଇ ବିକ୍ରି କରାଯାଇଥିବା ଅଭିଯୋଗ ହେଉଛି। ଏହି ଟଏଲେଟ ନିର୍ମାଣର ୩ ବର୍ଷ ବିତି ଯାଇଥିଲେ ମଧ୍ୟ ତାହା ଏ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନାହଁି। ରାଜ୍ୟ ଓ କେନ୍ଦ୍ର ସରକାର ସ୍ବଚ୍ଛ ଭାରତ ମିଶନ ଆଳରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଇକୋ-ଟଏଲେଟ ନିର୍ମାଣ କରି ଅର୍ଥ ବ୍ୟୟ କରିଛନ୍ତି। ପଟ୍ଟାମୁଣ୍ଡାଇ ସହରରେ ଏତେ ଟଙ୍କା ବ୍ୟୟରେ ଇକୋ-ଟଏଲେଟ ନିର୍ମାଣ କରିବା ଏକ ପ୍ରହସନ ହୋଇଛି। ୨୦୧୮ ପୌର ପରିଷଦ ଭାଙ୍ଗିବା ପରେ ପୌର ଅଧିକାରୀ ଏପରି ପଦକ୍ଷେପକୁ ସାଧାରଣରେ ଦୃଢ ନିନ୍ଦା କରିଛନ୍ତି। ଆଇନଜୀବୀ ପ୍ରମୋଦ ସାହୁ, ଭବାନୀ ଶଙ୍କର ପଣ୍ଡା, ପ୍ରମୋଦ ପଣ୍ଡା, ସାମାଜିକ କର୍ମୀ ପ୍ରବୀର ନାୟକ, ବଣିକ ସଂଘ ସଭାପତି ଗୋପୀନାଥ କର ପ୍ରମୁଖ ଏହାକୁ ଖୋଲିବା ସହ ଅର୍ଥ ହେରଫେରର ତଦନ୍ତ କରିବାକୁ ଦାବି କରିଛନ୍ତି। ଏ ସମ୍ପର୍କରେ ପିଡି ରାଜେନ୍ଦ୍ର କୁମାର ପଣ୍ଡାଙ୍କୁ ପଚାରିବାରେ ସମସ୍ତ ଇକୋ-ଟଏଲେଟ କାର୍ଯ୍ୟକ୍ଷମ ହୋଇ ରହିଛି। ମାତ୍ର ପାଣି ପ୍ରେସର କମ୍ ହେଉଥିବାରୁ ତାହା ବନ୍ଦ ଅଛି ବୋଲି ସେ କହିଛନ୍ତି।
Posted inHome Left, ଆମ ଜିଲା ଖବର, କେନ୍ଦ୍ରାପଡ଼ା View All
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ
ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...
ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍
ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...
ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ
ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...
୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…
ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...
Archives


