କୋଭିଶିଲ୍ଡ ପରେ କୋଭାକ୍ସିନ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ, ୩।୧: ଭାରତର ଔଷଧ ନିୟନ୍ତ୍ରଣ କର୍ତ୍ତୃପକ୍ଷଙ୍କ ବିଶେଷଜ୍ଞ କମିଟି ଶୁକ୍ରବାର ସେରମ୍‌ ଇନ୍‌ଷ୍ଟିଚ୍ୟୁଟ ପ୍ରସ୍ତୁତ କୋଭିଶିଲ୍ଡ ଟିକାକୁ ଅନୁମୋଦନ ଲାଗି ସୁପାରିସ କରିବା ପରେ ଶନିବାର ଭାରତ ବାୟୋଟେକ୍‌ ପ୍ରସ୍ତୁତ ‘କୋଭାକ୍ସିନ୍‌’କୁ ଜରୁରୀ ବ୍ୟବହାର ଲାଗି ସବୁଜ ସଙ୍କେତ ଦେଇଛି। କେନ୍ଦ୍ରୀୟ ଔଷଧ ମାନ ନିୟନ୍ତ୍ରଣ ସଂଗଠନ (ସିଡିଏସ୍‌ସିଓ)ର ସବ୍‌ଜେକ୍ଟ ଏକ୍ସପର୍ଟ କମିଟି (ଏସ୍‌ଇସି) ଶନିବାର ହାଇଦ୍ରାବାଦର ଫାର୍ମାସ୍ୟୁଟିକାଲ କମ୍ପାନୀ ଭାରତ ବାୟୋଟେକ୍‌ ପ୍ରସ୍ତୁତ କରୋନା ଟିକା କୋଭାକ୍ସିନ୍‌ର ଅତିରିକ୍ତ ତଥ୍ୟକୁ ଅନୁଧ୍ୟାନ କରିବା ପରେ ଏହାର ଜରୁରୀ ବ୍ୟବହାର ଲାଗି ମଞ୍ଜୁରୀ ଦେବାକୁ ସୁପାରିସ କରିଛି। ଏବେ ଦୁଇଟିଯାକ ଟିକା ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ)ଙ୍କ ଚୂଡ଼ାନ୍ତ ଅନୁମୋଦନ ଅପେକ୍ଷାରେ ରହିଛି। ଅନୁମୋଦନ ପାଇବାକୁ ଥିବା କୋଭାକ୍ସିନ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ଟିକା। ଭାରତ ବାୟୋଟେକ୍‌ ଏବଂ ଇଣ୍ଡିଆନ୍‌ କାଉନସିଲ୍‌ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌) ମିଳିତ ଭାବେ ଏହି ଟିକାର ବିକାଶ କରିଛନ୍ତି। ଅନ୍ୟପକ୍ଷରେ କୋଭିଶିଲ୍ଡକୁ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଅଷ୍ଟ୍ରାଜେନିକା ବିକଶିତ କରିଥିବାବେଳେ ପୁଣେର ସେରମ୍‌ ଇନ୍‌ଷ୍ଟିଚ୍ୟୁଟ ଭାରତରେ ଏହାକୁ ପ୍ରସ୍ତୁତ କରୁଛି। ଏହି ସଂସ୍ଥା କୋଭିଶିଲ୍ଡର ୫ କୋଟି ଡୋଜ୍‌ ପ୍ରସ୍ତୁତ କରିସାରିଛି। ଆମେରିକାର ଫାଇଜର ଏବଂ ଜର୍ମାନୀର ବାୟୋଏନ୍‌ଟେକ୍‌ ପ୍ରସ୍ତୁତ କୋଭିଡ୍‌ ଟିକା ପକ୍ଷରୁ ମଧ୍ୟ ଭାରତର ଅନୁମୋଦନ ପାଇଁ ଆବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri