ବାତ୍ୟା ପରେ ମାଡ଼ି ଆସିଲା ସମୁଦ୍ର ଜୁଆର: ବୁଡ଼ିଗଲା ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆ

ରାଜନଗର,,୨୫ା୧୦: ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କେନ୍ଦ୍ରାପଡ଼ା ସାତଭାୟା ଅଂଚଳରେ ମାଡି ଆସିଛି ସୁଉଚ୍ଚ ସମୁଦ୍ର ଜୁଆର। ଫଳରେ ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆରେ ପାଣି ପଶିଯାଇଛି। ସୁମଦ୍ରର ଜୁଆର ମାଡି ଆସିବାରୁ ପାଣି ଘେରରେ ୫୭୧ ପରିବାର ରହିଛନ୍ତି। ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ। ବାତ୍ୟା ଦାନା ଲ୍ୟାଣ୍ଡଫଲ୍‌ କରିବା ପରେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ ଅଞ୍ଚଳରେ ୮୦ ରୁ ୧୦୦ କିମି ବେଗରେ ପବନ ବହିଥିଲା।

ଫଳରେ ରାଜନଗର-ଗୁପ୍ତି, ନଳିତାପାଟିଆ-ଡାଙ୍ଗମାଳ, ରାଜନଗର-ତାଳଚୁଆ ରାସ୍ତାରେ ଗଛ ଭାଙ୍ଗି ପଡ଼ିଛି। ଭାଙ୍ଗି ଯାଇଥିବା ଗଛକୁ ବନ ବିଭାଗ, ଅଗ୍ନିଶମ ବାହିନୀ ଓ ପୋଲିସ ପକ୍ଷରୁ ସଙ୍ଗେ ସଙ୍ଗେ କାଟି ହଟାଇ ଦିଆଯାଇଛି। କେତେକ ସ୍ଥାନରେ କଚ୍ଚାଘର ପବନ ମାଡ଼ରେ ଶୋଇପଡ଼ିଛି। ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ମୁଖ୍ୟତଃ ରାଜନଗର ବ୍ଲକର ତାଳଚୁଆ, ବାଘମାରି, ରଙ୍ଗଣୀ, କୃଷ୍ଣନଗର, ଖମାରସାହି, ଡାଙ୍ଗମାଳ, ଗୁପ୍ତି, ସାତଭାୟା, ପେଣ୍ଠ ଆଦି ଅଧିକ କ୍ଷୟକ୍ଷତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ବିଦେଶରେ ଭାରତୀୟ ଛାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ

ମସ୍କୋ,୮।୨: ଋଷର ବାଶକୋର୍ଟୋସ୍ତାନ ଗଣରାଜ୍ୟରେ ଶନିବାର ବିଦେଶୀ ଛାତ୍ରଙ୍କ ପାଇଁ ଏକ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛୁରୀ ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସମେତ ଛଅ ଜଣ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri