ଶୁଦ୍ଧିକ୍ରିୟା ପାଇଁ ରାଶନ କାର୍ଡ ବନ୍ଧା ପଡ଼ିବା ଘଟଣା: ତଦନ୍ତ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଞ୍ଚଳର ଦଳିତ ମହିଳା ରେବତୀ ବେହେରା ସ୍ବାମୀଙ୍କ ଶୁଦ୍ଧିକ୍ରିୟା ପାଇଁ ଦଲାଲ ନିକଟରେ ରାଶନ କାର୍ଡ ବନ୍ଧା ପକାଇ ଟଙ୍କା ଆଣିଥିଲେ। କାର୍ଡ ନ ଥିବାରୁ ସାଧାରଣ ବଣ୍ଟନ ସାମଗ୍ରୀ ପାଇପାରୁ ନ ଥିଲେ। ଏହି ଘଟଣାକୁ ନେଇ ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି)ରେ ଅଭିଯୋଗ ହୋଇଛି। ମାନବାଧିକାର କର୍ମୀ ପ୍ରଦୀପ୍ତ ନାୟକ ତାଙ୍କ ପିଟିଶନରେ ଉଲ୍ଲେଖ କରିଛନ୍ତି ଯେ, ରାଶନ କାର୍ଡ ବନ୍ଧା ପଡ଼ିବା ଯୋଗୁ ରେବତୀଙ୍କ ମାନବିକ ଅଧିକାର କ୍ଷୁଣ୍ଣ ହୋଇଛି। ତେଣୁ ଏହି ସମ୍ବେଦନଶୀଳ ଘଟଣାର ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ସହ ଆର୍ଥିକ ସହାୟତା ପ୍ରଦାନ କରିବାକୁ ମୁଖ୍ୟ ଶାସନ ସଚିବ ଓ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେବାକୁ ସେ ନିବେଦନ କରିଛନ୍ତି।