Posted inଜାତୀୟ

ରୁଷିଆ-ୟୁକ୍ରେନ ଯୁଦ୍ଧ: ସ୍ଥଗିତ ହେଲା ‘ବାୟୁଶକ୍ତି’ ଏକ୍ସରସାଇଜ, ହେବନାହିଁ ଡିଫେନ୍ସ ଏକ୍ସପୋ

ଗାନ୍ଧିନଗର,୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଦଶମ ଦିନରେ ପହଞ୍ଚିଛି । ହେଲେ ଏହା ଥମିବାର କୌଣସି ଆଭାସ ମିଳୁନାହିଁ । ଏହାର ପ୍ରଭାବ ଭାରତ ଉପରେ ଖୁବ୍ ପଡିଲାଣି । ଯୁଦ୍ଧ ଫଳରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦେଖି ଭାରତୀୟ ବାୟୁସେନା ସୋମବାର ଆୟୋଜିତ କରିଥିବା ମେଗା ଏକ୍ସରସାଇଜ ‘ବାୟୁଶକ୍ତି’କୁ ସ୍ଥଗିତ ରଖିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାୟୁସେନାର ଶକ୍ତି ପ୍ରଦର୍ଶନ ଦେଖିବାକୁ ଯୁଦ୍ଧାଭ୍ୟାସରେ ଉପସ୍ଥିତ ରହିଥାଆନ୍ତେ ।
ବାୟୁ ସେନା ଏକ ସଂକ୍ଷିପ୍ତ ବୟାନ ଜାରି କରି କହିଛି, ବର୍ତ୍ତମାନର ପରିସ୍ଥିତିକୁ ଦେଖି ବାୟୁସେନାର ବାୟଶକ୍ତି ଏକ୍ସରସାଇଜକୁ ସ୍ଥଗିତ ରଖାଯାଉଛି । ଏହାପୂର୍ବରୁ ପ୍ରତିରକ୍ଷା ମନ୍ତଣାଳୟ ଶୁକ୍ରବାର ଆସନ୍ତା ସପ୍ତାହରେ ଗାନ୍ଧିନଗରରେ ହେବାକୁ ଥିବା ଡିଫେନ୍ସ ଏକ୍ସପୋ(୧୦-୧୪ ମାର୍ଚ୍ଚ)କୁ ବି ବନ୍ଦ କରି ଦିଆଯାଇଛି । ଦୁଇ ବର୍ଷରେ ଥରେ ହେଉଥିବା ଏହି ‘ବାୟୁଶକ୍ତି’ ଏକ୍ସରସାଇଜ ମାର୍ଚ୍ଚ ୭ରେ ଭାରତୀୟ ସେନାର ସମସ୍ତ ଫାଇଟର ଜେଟ, ହେଲିକପ୍ଟର ଆଦି ସାମିଲ ହୋଇଥାଆନ୍ତା ।


Enter your email to get our daily news in your inbox.

All Right Reserved By Dharitri.Com

ପୁସ୍ତକ ବିବାଦ ଉପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri