Posted inଜାତୀୟ

ଗାଇଡ୍‌ଲାଇନ୍‌ ପାଇଁ ବିମାନବନ୍ଦରରେ ଅସମ୍ଭାଳ ଭିଡ଼

ନୂଆଦିଲ୍ଲୀ, ୬।୧୨: ଦିଲ୍ଲୀ ବିମାନବନ୍ଦର ଟର୍ମିନାଲରେ ଅସମ୍ଭାଳ ଭିଡ଼ ସାଙ୍ଗକୁ ବିଶୃଙ୍ଖଳିତ ସ୍ଥିତିକୁ ନେଇ ଯାତ୍ରୀମାନେ ଆପତ୍ତି ଉଠାଇବାରୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏଥିରେ ହସ୍ତକ୍ଷେପ କରିଛନ୍ତି। ଉତ୍ତମ ଭିଡ଼ ପରିଚାଳନା ବ୍ୟବସ୍ଥା ଗ୍ରହଣ କରିବାକୁ ଦିଲ୍ଲୀ ବିମାନବନ୍ଦର ପରିଚାଳନା ଦାୟିତ୍ୱରେ ରହିଥିବା ଅପରେଟର ଡିଆଇଏଏଲ୍‌କୁ ସିନ୍ଧିଆ ନିର୍ଦ୍ଦେଶ ଦେଇଛନ୍ତି।

କରୋନା ଭୂତାଣୁର ଓମିକ୍ରନ୍‌ ଭାରିଆଣ୍ଟ ସଂକ୍ରମଣକୁ ନେଇ ସରକାର ନୂଆ ଟ୍ରାଭେଲ୍‌ ଗାଇଡ୍‌ଲାଇନ ଜାରି କରିବା ପରେ ଟର୍ମିନାଲଗୁଡ଼ିକରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ସିନ୍ଧିଆ ସୋମବାର ଭାରତର ବିମାନ ବନ୍ଦର କର୍ତ୍ତୃପକ୍ଷ, ଇମିଗ୍ରେଶନ ବ୍ୟୁରୋ ଏବଂ ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦର ଲିଃ (ଡିଆଇଏଏଲ୍‌)ର ଅଧିକାରୀମାନଙ୍କ ବୈଠକ ଡାକିଥିଲେ। ବିମାନବନ୍ଦରରେ ଯାତ୍ରୀଙ୍କ ଆର୍‌ଟି-ପିସିଆର୍‌ ପରୀକ୍ଷା ଦାୟିତ୍ୱରେ ଥିବା ଜେନେଷ୍ଟ୍ରିଙ୍ଗ୍‌ସ ଡାଇଗ୍ନୋଷ୍ଟିକ୍ସର ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ସଂଶୋଧିତ ଟ୍ରାଭେଲ ଗାଇଡ୍‌ଲାଇନକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିଥିବା ଲୋକେ ବିମାନବନ୍ଦରରେ ଭିଡ଼ ଲଗାଇଥିଲେ। ଘଣ୍ଟାଏ ବିମାନ ଯାତ୍ରା ପାଇଁ ୩ ଘଣ୍ଟା ଧାଡ଼ିରେ ଛିଡ଼ା ହେବାକୁ ପଡ଼ୁଥିବା ଜଣେ ଟୁଇଟ୍‌ କରିଛନ୍ତି। ଓମିକ୍ରନ୍‌ ବିପଦ ଥିବା ଦେଶରୁ ଆସୁଥିବା ଯାତ୍ରୀମାନଙ୍କ ପାଇଁ ୨୦ଟି ସ୍ବତନ୍ତ୍ର କାଉଣ୍ଟର ଖୋଲାଯାଇଥିବା ଡିଆଇଏଏଲ୍‌ ପକ୍ଷରୁ କୁହାଯାଇଛି। ଯାତ୍ରୀମାନଙ୍କ ଆର୍‌ଟି-ପିସିଆର୍‌ ପରୀକ୍ଷାକୁ ବାଧ୍ୟତାମୂଳକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri