ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ ୧୧ଟାରେ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲେ। ତେବେ ଏହି ସମୟରେ ବୁଧବାର ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ରାଜ୍ୟ ପ୍ରଭାରୀ ଏବଂ ଭାଜପା ସାଂସଦଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିବା ଦେଖିବାକୁ ମିଳିଛି। ଏବେ ଏହି ବୈଠକ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି।

ବୈଠକକୁ ନେଇ ନିଜେ ଧର୍ମେନ୍ଦ୍ର ପ୍ରଧାନ ଏକ୍ସରେ ଶେୟାର କରି ଲେଖିଛନ୍ତି, ଓଡ଼ିଶାର ବିକାଶମୂଳକ କାର୍ଯ୍ୟ ସହ ଜଡ଼ିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ରାଜ୍ୟ ପ୍ରଭାରୀ ଓ ଆମ ଦଳର ସାଂସଦମାନଙ୍କ ସହ ଆଲୋଚନା ହୋଇଛି।

ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବରିଷ୍ଠ ନେତା ଭାବେ ଦଳୀୟ ସଂଗଠନରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ କେଉଁ ଦାୟିତ୍ୱ ମିଳିବ, ତାହା ଏବେ କହିବା କଷ୍ଟକର। ୨୦୨୨ର ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ସେ ନିର୍ବାଚନ ପ୍ରଭାରୀ ଭାବେ ଭାଜପାକୁ ପୁଣି କ୍ଷମତାକୁ ଫେରାଇବାରେ ଭୂମିକା ନେଇଥିଲେ। ଏପରି ସ୍ଥିତିରେ ୨୦୨୭ ଉତ୍ତର ପ୍ରଦେଶ ନିର୍ବାଚନର ଦାୟିତ୍ୱ ପୁଣି ତାଙ୍କୁ ଦିଆଯାଇପାରେ କି, ସେନେଇ ଚର୍ଚ୍ଚା ଚାଲିଛି। ଏହା ସହ କିଛି ମାସ ପରେ ପୁଣି କେନ୍ଦ୍ର ମନ୍ତ୍ରିମଣ୍ଡଳକୁ ଫେରିପାରନ୍ତି ବୋଲି ବିଶ୍ଳେଷକମାନେ କହୁଛନ୍ତି। ଅନେକ ବିଶ୍ଳେଷକଙ୍କ ମତରେ, ଧର୍ମେନ୍ଦ୍ର ପ୍ରଧାନଙ୍କର ଓଡ଼ିଶା ରାଜନୀତିକୁ ପୁଣି ଫେରିବାର ସମ୍ଭାବନା ମଧ୍ୟ ରହିଛି। ଅର୍ଥାତ୍‌ ରାଜ୍ୟର ସର୍ବୋଚ୍ଚ ପଦ ପାଇଁ ତାଙ୍କ ନାମ ବିଚାରକୁ ଆସିପାରେ। ଏହା ମଧ୍ୟ ତାଙ୍କ ପାଇଁ ଏକ ସମ୍ଭାବ୍ୟ ବିକଳ୍ପ ହୋଇପାରେ। ଏବେ ଦେଖିବାକୁ ବାକି ରହିଲା, ଭାଜପା ଧର୍ମେନ୍ଦ୍ର ପ୍ରଧାନଙ୍କୁ କେଉଁ ଭୂମିକାରେ ଏବଂ କେଉଁଠି ରାଜନୈତିକ ଭାବେ ବ୍ୟବହାର କରୁଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri