ଟ୍ରେଞ୍ଚ ଖୋଳିବା ପରେ ଧାରଣା ପ୍ରତ୍ୟାହୃତ, ନିୟମିତ ଚଢ଼ାଉ ସହ ଚୋରା ଚାଲାଣକୁ…

ହାଟଡିହୀ,୧୮l୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅମ୍ବୋ ପଞ୍ଚାୟତ କରଗୋଳା ବୈତରଣୀ ନଦୀ ବାଲି ଘାଟରୁ ବେଆଇନ ବାଲି ପରିବହନ ପ୍ରସଙ୍ଗକୁ ନେଇ ସ୍ଥାନୀୟ ବାସିନ୍ଦା ଦୁଇ ଦିନ ହେବ ଆନନ୍ଦପୁର ଉପଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ l ଶନିବାର ପ୍ରଶାସନ ପଦକ୍ଷେପ ନେବା ଆରମ୍ଭ କରିଛି । ଜିଲା ଖଣି ଅଧିକାରୀ ତାରିଣୀ ସିଂ,ହାଟଡିହୀ ତହସିଲଦାର ଶିବବ୍ରତ ତ୍ରିପାଠୀ, ଆନନ୍ଦପୁର ଏସ୍‌ଡିପିଓ ପ୍ରଶାନ୍ତ କୁମାର ବେହେରା, ନନ୍ଦିପଦା ଥାନା ଅଧିକାରୀ ରବୀନ୍ଦ୍ର କୁମାର ପାତ୍ର ଏବଂ ଏନଫୋର୍ସମେଣ୍ଟ ଟିମ୍‌ ଏବଂ ଅନ୍ୟ କର୍ମଚାରୀ ମାନେ ବାଲିଘାଟକୁ ଯାଇଥିଲେ। ଏଥିସହ ବାଲିଘାଟକୁ ଯାଇଥିବା ରାସ୍ତାରେ ଟ୍ରେଞ୍ଚ ଖୋଲାଯାଇଛି। ତେବେ ବାଲିଘାଟକୁ ଏକ ନୂତନ ରାସ୍ତା ନିର୍ମାଣ ହୋଇଥିବା, ଗଛ କଟାଯାଇଥିବା,ନଦୀ ଭିତରେ ଏକ ବନ୍ଧ ନିର୍ମାଣ କରାଯାଇ ନଦୀ ଜଳ ସ୍ରୋତର ଗତିପଥକୁ ପରିବର୍ତ୍ତନ କରାଯାଇଥିବା ଅଧିକାରୀ ମାନେ ଦେଖିବାକୁ ପାଇଥିଲେ।
ସବୁଠାରୁ ଗୁରୁତ୍ୱପୂର୍ଣ କଥା ହେଉଛି ତହସିଲଦାର ଏବଂ ଖଣି ବିଭାଗ କର୍ମଚାରୀ ମାନେ ପ୍ରଥମେ ପୂର୍ବରୁ ଟ୍ରେଞ୍ଚ ଖୋଳିବାକୁ ଯାଇଥିବା ବେଳେ ବାଲି ମାଫିଆଙ୍କଠାରୁ ହତ୍ୟା ଧମକ ପାଇ ନିରାଶ ହୋଇ ଫେରିଥିଲେ । ତେବେ ଏହି ହତ୍ୟା ଧମକ ଘଟଣାରେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କ ଠାବ କରାଯାଇ ପାରିନି । ଏଥିସହ ବାଲିଘାଟକୁ ରାସ୍ତା ନିର୍ମଣ  କରିଥିବା, ଗଛ କାଟିଥିବା, ନଦୀ ଭିତରେ ବନ୍ଧ ନିର୍ମାଣ କରି ଜଳ ସ୍ରୋତର ଗତି ପଥ ପରିବର୍ତ୍ତନ କରିଥିବା ବ୍ୟକ୍ତି ବିଶେଷଙ୍କୁ ଚିହ୍ନଟ କରି ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇନି । ଆନନ୍ଦପୁର ଉପଜିଲାପାଳ ନୀଳ ମାଧବ ସୁନା କହିଛନ୍ତି ଅପରାହ୍ନ ପ୍ରାୟ ୨ଟା ସମୟରେ ଧାରଣା ପ୍ରତ୍ୟାହୃତ ହୋଇଛି। ପରିବର୍ତ୍ତନ କରାଯାଇଥିବା ନଦୀର ଗତିପଥକୁ ବାସ୍ତବିକ ଅବସ୍ଥାକୁ ଫେରାଇ ଅଣାଯିବ। ନିୟମିତ ଭାବେ ଚଢ଼ାଉ ଜାରି ରହିବ । ବାଲି ଚୋରା ଚାଲାଣକୁ କଦାପି ପ୍ରଶୟ ଦିଆଯିବନି।

Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri