ମାଟିର ସ୍ବାଭିମାନ ପାଇଁ ଲଢ଼ିବି: ଦିଲୀପ ରାୟ

ରାଉରକେଲା,୧୧।୪(ବିପ୍ଳବ ରଞ୍ଜନ ଦାଶ): ଭାଜପାର ସୁନ୍ଦରଗଡ଼ ଏମ୍‌ପି ପ୍ରାର୍ଥୀ ଜୁଏଲ ଓରାମ୍‌ ରାଉରକେଲା ବିଧାନସଭା ଆସନରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ଦଳ ପକ୍ଷରୁ ପ୍ରାର୍ଥୀ କରାଯିବା ନେଇ ସୂଚନା ଦେବାର ୨୪ ଘଣ୍ଟା ନ ପୂରୁଣୁ ବୁଧବାର ଏହାର ବାସ୍ତବ ରୂପ ଦେଖିବାକୁ ମିଳିଥିଲା। ଭୁବନେଶ୍ୱରରୁ ବୁଧବାର ଅପରାହ୍ନରେ ଦିଲୀପ ବାହାରି ରାଉରକେଲା ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏମ୍‌ପି ପ୍ରାର୍ଥୀ ଜୁଏଲ ଓରାମ୍‌, ହରି ରାଉତରାୟ, ସୁବ୍ରତ ପଟ୍ଟନାୟକ ପ୍ରମୁଖ ପୁଷ୍ପଗୁଚ୍ଛ ଦେଇ ଦିଲୀପଙ୍କୁ ସ୍ବାଗତ କରିଥିଲେ। ତାଙ୍କୁ ସ୍ବାଗତବେଳେ ବିଜେଡିର କେତେଜଣ କର୍ମୀ ରହିଥିବା ଦେଖିବାକୁ ମିଳିଥିଲା। ଭାଜପା କର୍ମୀ, ସମର୍ଥକ, ବଜରଙ୍ଗ ଦଳ, ଭିଏଚ୍‌ପି କର୍ମୀ, ସହରର ବିଭିନ୍ନ ଅନୁଷ୍ଠାନ ଓ ପ୍ରତିଷ୍ଠାନର ବ୍ୟକ୍ତିବିଶେଷ ହାତରେ ଭାଜପା ପତାକା ଓ ବଜରଙ୍ଗ ଦଳ ପତାକା ଧରି ଦିଲୀପଙ୍କ ସମର୍ଥନରେ ସ୍ଲୋଗନ ଦେଇଥିଲେ। ଅନେକ ସମର୍ଥକଙ୍କ ଗହଣରେ ଦିଲୀପ ହକି ଗ୍ରାମ ଆଡ଼କୁ ପଦଯାତ୍ରା କରିଥିଲେ। ଏହାପରେ ସେ ରାଉରକେଲା ସହରର ଜନସାଧାରଣଙ୍କ ଉଦ୍ଦେଶ୍ୟରେ କହିଥିଲେ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ତାଙ୍କର ରାଉରକେଲାବାସୀଙ୍କ ପ୍ରତି ଥିବା ବିପୁଳ ଆସ୍ଥାର ଆଜି ପରିପ୍ରକାଶ ହୋଇଛି। ସେ କୌଣସି ଭୁଲ୍‌ ନିଷ୍ପତ୍ତି ନେଇନାହାନ୍ତି। ମାଟିର ବିକାଶ ଓ ସ୍ବାଭିମାନ ନିମନ୍ତେ ଏଥର ନିର୍ବାଚନ ଲଢ଼ିବେ। ଏନେଇ ଦିଲୀପଙ୍କ ଦୃଢ଼ ସମର୍ଥକ ସୁବ୍ରତ ପଟ୍ଟନାୟକ ଏବଂ ମିଡିଆ ପର୍ସନ ହରି ରାଉତରାୟ କହିଥିଲେ ଯେ, ଦିଲୀପଙ୍କ ପ୍ରତି ଥିବା ଅଗାଢ଼ ଲୋକପ୍ରିୟତା ତାଙ୍କୁ ବିପୁଳ ଭୋଟରେ ବିଜୟୀ କରାଇବ। ଆଗାମୀ ଦିନରେ ବିଜେଡି ଏବଂ ଅନ୍ୟ ଦଳରୁ ବହୁ ଅସନ୍ତୁଷ୍ଟ କର୍ମୀ ଦିଲୀପଙ୍କ ସମର୍ଥନରେ ସାମିଲ ହେବେ ବୋଲି କହିଥିଲେ। ୨/୩ ଦିନ ଭିତରେ ଦିଲୀପଙ୍କୁ ଭାଜପା ବିଧାୟକ ପ୍ରାର୍ଥୀ ଭାବେ ଟିକେଟ ପ୍ରଦାନ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri